ପାନୀୟ ଜଳର ମାନକୁ ନେଇ ଉଠିଲା ପ୍ରଶ୍ନ: ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ହୋର୍ଡିଂରେ ବୋଳିଲେ କଳା

ରାଉରକେଲା,୨୧।୧୨:ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡିଥିବା ବେଳେ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଥିବା ବେଳେ ଆର୍‌ଜିଏଚ୍‌ରେ ୬ ଓ ଅନ୍ୟ ଘରୋଇ ହସ୍ପିଟାଲରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟପକ୍ଷେ ବିଭିନ୍ନ ଡାକ୍ତରଖାନାରେ ୧୪ ଶହରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଏଭଳି ସ୍ଥିତିରେ ସରକାରଙ୍କ ପକ୍ଷରୁ ସହରର ଶକ୍ତିନଗର ଅଞ୍ଚଳରେ ଲଗିଥିବା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବିଜ୍ଞାପନ ହୋର୍ଡିଂରେ କଳା ରଙ୍ଗ ଲଗାଇ ସହରରେ ଯୋଗାଇ ଦିଆଯାଇଥିବା ପାନୀୟ ଜଳ ଯୋଗାଣକୁ ଏକ ପ୍ରକାର ବିରୋଧ କରାଯାଇଛି।

ଅନ୍ୟପକ୍ଷେ କୌଣସି ରାଜନୈତିକ ଦଳ ନା ଅନ୍ୟ କୌଣସି ଲୋକ ହୋର୍ଡିଙ୍ଗରେ କଲା ଲଗାଇଛନ୍ତି ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଏପରିକି ସହରରେ ହଇଜା ବ୍ୟାପିବା ପରେ ଯୋଗାଣ ହେଉଥିବା ପାନୀୟ ଜଳର ମାନକୁ ନେଇ ସହରବାସୀ ପ୍ରଶ୍ନ ଉଠାଇଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ୨୬ଜଣ ନୂଆ ଆକ୍ରାନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼, ଭୁବନେଶ୍ୱରର ବିଶେଷଜ୍ଞ ଡାକ୍ତରମାନେ ରୋଗୀ ଚିକିିତ୍ସା କରୁଛନ୍ତି। ସମସ୍ତ ପ୍ରତିଷେଧକମୂଳକ ପ୍ରତିକାର ସତ୍ତ୍ୱେ ଘରୋଇ ହସ୍ପିଟାଲରେ ରୋଗୀ ସଂଖ୍ୟା ବୃଦ୍ଧି ଯୋଗୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri