ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ ହୋଇଥିଲେ ବି ଜଳ ଯୋଗାଣ ହେଉନି। ଫଳରେ ଗ୍ରାମବାସୀ ପୂର୍ବଭଳି ନାଳ ପାଣି ବ୍ୟବହାର କରୁଛନ୍ତି।
ସୂଚନା ଅନୁଯାୟୀ, ଜିଲାର ସଦର ମହକୁମାଠାରୁ ବହୁ ଦୂରରେ ଅବସ୍ଥିତ ଉକ୍ତ ଗ୍ରାମରେ ପାଖାପାଖି ୧୨୦୦ଆଦିବାସୀ ବସବାସ କରୁଛନ୍ତି। ସବୁ ସରକାରୀ ଯୋଜନା ସହରତଳି ଅଞ୍ଚଳରେ ହେଉଥିବା ବେଳେ ଉକ୍ତ ଗ୍ରାମକୁ ଅବହେଳା କରାଯାଉଛି। ଗାଁ ଥିବା ନଳକୂପ ଖରାପ ହୋଇଯାଇଥିବାରୁ ଲୋକେ ଦୂଷିତ ନାଳ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ବେଳେ ବସୁଧା ଯୋଜନାରେ ପାଇପ୍‌ ବିଛା ଯାଇଛି, ଓଭରହେଡ୍‌ ପାଣିଟାଙ୍କି ନିର୍ମାଣ ସରିଛି। ମାତ୍ର ପାଣିର ଦର୍ଶନ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ଯୁବ ଓ ଶ୍ରମ ବିକାଶ ମଞ୍ଚର ଉପସଭାପତି ଜୟକୃଷ୍ଣ ନାଏକ ସମସ୍ୟା ସମ୍ପର୍କରେ ଜିଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି। ତୁରନ୍ତ ପିଇବା ପାଣି ଯୋଗାଇବା ସହିତ ରାସ୍ତାର ଉନ୍ନତୀ ପାଇଁ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ନିବେଦନ କରିଛନ୍ତି। ଗ୍ରାମବାସୀ ମଧ୍ୟ ଜଳ ଯୋଗାଣ ନିମନ୍ତେ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri