ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପାନୀୟ ଜଳଯୋଗାଣ ବନ୍ଦ:ପାନୀୟ ଜଳ ପାଇଁ ପର୍ଯ୍ୟଟକ ହିନସ୍ତା

ପାଟଣା,୧୧।୬(ବୀର କିଶୋରଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରାଚୀନ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଗତ ଶୁକ୍ରବାର ଅପରାହ୍ନରେ ବଜ୍ରପାତ ଯୋଗୁ ବୋରୱେଲର ପମ୍ପ ପୋଡ଼ଯିବାରୁ ପର୍ଯ୍ୟଟକ ପିଇବା ପାଣି ପାଇଁ ହଇରାଣ ହରକତ ହେଇଛନ୍ତି। ଦୀର୍ଘ ୫ଦିନ ହେବ ଜଳ ଯୋଗାଣ ବନ୍ଦ ରହିଥିଲେ ହେଁ ପ୍ରଶାସନ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ପାଇନାହିଁ। ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲିଯୋଡିସ୍ଥିତ ବୈତରଣୀର ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡକୁ ବର୍ଷ ତମାମ ପର୍ଯ୍ୟଟକଙ୍କ ସୁ ଛୁଟିଥାଏ। ଗତ ଶନିବାର ଡୁମୁରିଆ ଅଞ୍ଚଳରେ କାଳବୈଶାଖୀ ବର୍ଷା ସାଙ୍ଗକୁ ବଜ୍ରପାତରେ ପାନୀୟ ଜଳ ପ୍ରକଳ୍ପର ୨ଟି ଯାକ ମୋଟର ପୋଡ଼ିଯିବାରୁ ଜଳ ଯୋଗାଣ ବନ୍ଦ ରହିଛି।
ସୂଚନାଯୋଗ,ଏଠାରେ ଜଳ ଯୋଗାଣ ପାଇଁ ୨ଟି ବୋରୱେଲେରେ ଗୋଟିଏ ବିଦ୍ୟୁତ ଚାଳିତ ପମ୍ପ ଓ ଗୋଟିଏ ସୌର ଚାଳିତ ପମ୍ପ ସଂଯୋଗ ହୋଇଥିଲା। ଏବେ ବଜ୍ରପାତରେ ୨ଟି ଯାକ ପମ୍ପ ପୋଡ଼ିଯିବାରୁ ଜଳ ଯୋଗାଣ ଠପ ହୋଇଯାଇଛି। ପ୍ରଚଣ୍ଡ ରୌଦ୍ରତ୍ତାପ ସାଙ୍ଗକୁ ଗୁଳୁଗୁଳିରେ ପର୍ଯ୍ୟଟକମାନେ ପିଇବା ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି । ପାଣି ଟୋପାଏ ପାଇଁ ପର୍ଯ୍ୟଟକ ଡହଳ ବିକଳ ହେଉଛନ୍ତି।
ଭୀମକୁଣ୍ଡରେ ଜଳସମ୍ପଦ ବିଭାଗର ଗୋଟିଏ ଡାକବଙ୍ଗଳା ଥିବାବେଳେ ଡୁମୁରିଆ ପଞ୍ଚାୟତର ମଧ୍ୟ ଏକ ଡାକବଙ୍ଗଳା ରହିଛି। କିନ୍ତୁ ପର୍ଯ୍ୟଟକମାନଙ୍କ ପାଇଁ ଯେତିକି ମୌଳିକ ସୁବିଧା ରହିବା କଥା ତାହା ଏବେ ସୁଦ୍ଧା ଉପଲବ୍ଧ ହୋଇପାରିନାହିଁ। ଜଳ ସମ୍ପଦ ବିଭାଗର ଡାକ ବଙ୍ଗଳା ରକ୍ଷଣା ବେକ୍ଷଣ ଓ ମରାମତି ଅଭାବରୁ ଭୂତକୋଠରୀରେ ପରିଣତ ହୋଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ବିଡିଓ ଶିବ ଶଙ୍କର ମୁର୍ମୁ, ଜିଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଓ ଜିଲାପାଳ ବିଶାଲ ସିଂ ସମସ୍ୟା ପ୍ରତି ଦୃଷ୍ଟି ଦେଇ ତୁରନ୍ତ ନୂଆ ମୋଟର ଲଗାଇବା ସହ ଜରାଜୀର୍ଣ୍ଣ ଡାକ ବଙ୍ଗଳାର ପୁଃନରୁଦ୍ଧାର କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri