୩ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ଚିକିଟି,୨୭ା୩(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ୧୨ଟି ୱାର୍ଡକୁ ନେଇ ଗଠିତ ହୋଇଥିବା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ୧, ୨, ୩, ୪, ୫ ୱାର୍ଡରେ ଦୀର୍ଘ ୩ ଦିନ ଧରି ପାନୀୟ ଜଳ ଯୋଗାଣ ବନ୍ଦ ହେବା ଫଳରେ ଲୋକେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଳ ଯୋଗାଣରେ ବ୍ୟବହାର ହେଉଥିବା ବିଦ୍ୟୁତ ଚାଳିତ ପାଣି ପମ୍ପ ଅଚଳ ହୋଇଯିବା ଯୋଗୁ ଏଭଳି ଅସୁବିଧା ସୃଷ୍ଟି ହୋଇଛି। ୫ଟି ୱାର୍ଡରେ ପ୍ରାୟ ୨୦୦୦ରୁ ଊର୍ଦ୍ଧ୍ୱ ଜନ ସଂଖ୍ୟା ବିଶିଷ୍ଟ ୮ରୁ ଊର୍ଦ୍ଧ୍ୱ ସାହିକୁ ଜଳଯୋଗାଣ ବନ୍ଦ ରହିଛି। ପାଣି ପମ୍ପ ମରାମତି କରିବା ପାଇଁ ଜନସାଧାରଣଙ୍କ ପକ୍ଷରୁ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏହାର ସମାଧାନ ହୋଇ ନ ଥିବା ଅଭିଯୋଗ ହେଉଛି।

ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଆଜି ହେବ କାଲି ହେବ କହି ସମୟ ଗଡ଼ାଇ ଚାଲିଛନ୍ତି। ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅଧିକ ଥିବା ଏବଂ ଚାରିଆଡେ ଜଳ ଉତ୍ସ କମିଯାଇଥିବା ବେଳେ ସରକାରଙ୍କ ପକ୍ଷରୁ କୋଟି କୋଟି ବ୍ୟୟରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକ ଇଚ୍ଛାଶକ୍ତିର ଅଭାବରୁ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା ଜନସାଧାରଣଙ୍କ ପକ୍ଷରୁ ଅଭିଯୋଗ ହେଉଛି। ଏ ସମ୍ପର୍କରେ ପିଏଚଡି କନିଷ୍ଠଯନ୍ତ୍ରୀଙ୍କ ସହ ଯୋଗାଯୋଗ ବେଳେ ଅଚଳ ହୋଇଥିବା ମୋଟରଟିକୁ ଯୁଦ୍ଧ କାଳୀନ ଭିତ୍ତିରେ ମରାମତି ଚାଲିଛି ଖୁବଶୀଘ୍ର ଜଳଯୋଗାଣ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri