୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ

ନାକଟିଦେଉଳ,୬ା୧୦(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ଗ୍ରା.ପ. ଅନ୍ତର୍ଗତ କଞ୍ଚନପୁର ଗ୍ରାମକୁ ୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ ରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ଫଳରେ ପାଣି ପାଇଁ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି। ସୂଚନା ଅନୁସାରେ କଞ୍ଚନପୁର ଗ୍ରାମର ୨୧୫ ପରିବାରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବାକୁ ସରକାର ଗ୍ରାମରେ ଏକ ଓଭରହେଡ଼ ପାଣି ଟାଙ୍କି ନିର୍ମାଣ କରିଛନ୍ତି। କିଛିବର୍ଷ ବେଶ ସୁରୁଖୁରରେ ଗ୍ରାମବାସୀ ଏହି ପ୍ରକଳ୍ପରୁ ପାନୀୟ ଜଳ ପାଇପାରୁଥିଲେ। ତେବେ ଗତ ପ୍ରାୟ ୩ମାସ ହେବ ଏହି ପ୍ରକଳ୍ପରୁ ଜଳ ଯୋଗାଣ ବନ୍ଦ ରହିଛି। କେଉଁ କାରଣରୁ ଜଳ ଯୋଗାଣ ବନ୍ଦ ରହିଛି ଗ୍ରାମବାସୀ ଜାଣିପାରୁ ନାହାନ୍ତି। ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ କରିଛନ୍ତି। ତେଣୁ ଆସନ୍ତା ୯ତାରିଖ ସୁଦ୍ଧା ଜଳ ଯୋଗାଣ ସ୍ବାଭାବିକ ନ ହେଲେ ୧୦ରେ ସେମାନେ ପ୍ରକଳ୍ପ ସମ୍ମୁଖଦେଇ ଯାଇଥିବା ସମ୍ବଲପୁର-ଗୋଧିଢିପ ରାସ୍ତା ଅବରୋଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଗ୍ରାମବାସୀ ରେଢ଼ାଖୋଲ ଉପଜିଲାପାଳ, ନାକଟିଦେଉଳ ବିଡ଼ିଓ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ଉପଖଣ୍ଡ ଅଧିକାରୀ, ରେଢାଖୋଲ ଏସ୍‌ଡ଼ିପିଓ ଓ କିସିଣ୍ଡା ଥାନା ଅଧିକାରୀଙ୍କୁ ଲିଖିତାକାରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri