ପାନୀୟଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ମନ୍ଥର

ସାକ୍ଷୀଗୋପାଳ, ୨ା୧୧(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର)ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୧୪ ପଞ୍ଚାୟତର ୪୬ଟି ଗ୍ରାମକୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ପଞ୍ଚାୟତିରାଜ ବିଭାଗ ଏବଂ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗ ପକ୍ଷରୁ ପୂର୍ବ ସତ୍ୟବାଦୀରେ ପାନୀୟଜଳ ପ୍ରକଳ୍ପ ନିର୍ମାଣ ଚାଲିଛି। ୨୦୧୭-୧୮ ମସିହା ସୁଦ୍ଧା ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। ହେଲେ ନିର୍ମାଣ କାର୍ଯ୍ୟ କରୁଥିବା ଠିକା ସଂସ୍ଥାର ଖାମଖିଆଲି ମନୋଭାବ ଯୋଗୁ ଏହି ପ୍ରକଳ୍ପ ଏପର୍ଯ୍ୟନ୍ତ ଶେଷ ହୋଇପାରିନାହିଁ। ସତ୍ୟବାଦୀର ଜଳକ୍ଳିଷ୍ଟ ଅଞ୍ଚଳବାସୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସୁଧା ଯୋଜନାରେ ୩୩ କୋଟି ଟଙ୍କା ବ୍ୟୟରେ ଏକ ବୃହତ ପାନୀୟ ଜଳ ପ୍ରକଳ୍ପ ୨୦୧୫-୧୬ରେ ଆରମ୍ଭ କରିଥିଲେ। ଏହି ପ୍ରକଳ୍ପ ଶୀଘ୍ର ସାରିବା ଲାଗି ଏକ ଘରୋଇ ଠିକା ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯାଇଥିଲା। ଏପରି କି ୨୦୧୮-୧୯ ଆର୍ଥିକ ବର୍ଷ ସୁଦ୍ଧା ପ୍ରକଳ୍ପ କାମ ଶେଷ କରାଯାଇ ଲୋକାର୍ପଣ କରାଯିବା ପାଇଁ ସ୍ଥିର ହୋଇଥିଲା। ହେଲେ ଅବଧି ସମୟ
ସରି ୨୦୨୩ ମସିହା ଶେଷ ହେବାକୁ ଯାଉଛି। ହେଲେ ଏବେ ବି ପ୍ରକଳ୍ପର ପାଇପ ବିଛେଇବା କାର୍ଯ୍ୟ ଅଧାପନ୍ତରିଆ ହୋଇ ରହିଛି। ଫଳରେ ପ୍ରକଳ୍ପ କେବେ କାର୍ଯ୍ୟକ୍ଷମ ହେବ ସେନେଇ ଅନିଶ୍ଚିତତା ଦେଖାଦେଇଛି। ସରକାରୀ ସ୍ତରରେ ବାରମ୍ବାର ବୈଠକ ବସୁଥିଲେ ବି ଠିକା ସଂସ୍ଥା ସମୟ ପରେ ସମୟ ଗଡ଼ାଇ ଚାଲିଛି। ସୁଆଣ୍ଡୋ ପ୍ରକଳ୍ପ ଲୋକାର୍ପଣ ଅବସରରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବଙ୍କୁ ଏହି ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ଏହାସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଧିମେଇଛି। ସରକାରଙ୍କ ନିର୍ଦେଶ ଅନୁଯାୟୀ, ପୁରୀ ଜିଲାପାଳ ନିଜେ ଏହି ପ୍ରକଳ୍ପର ତଦାରଖ ଚରୁଥିଲେ ସୁଦ୍ଧା କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଅନ୍ୟପଟେ ପ୍ରକଳ୍ପ ପାଇଁ ମାଟି ତଳେ ବିଛାଯାଇଥିବା ପାଇପ ଅତି ନିମ୍ନମାନର ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେଣୁ ଏହାର ଠିକ୍‌ ତଦାରଖ କରି କାର୍ଯ୍ୟ ବରାନ୍ବିତ କରାଯିବା ସହ ଶୀଘ୍ର ପାନୀୟ ଜଳ ଯୋଗାଣ ନିମନ୍ତେ ଅଞ୍ଚଳବାସୀ ଦାବି କରିଛନ୍ତି। ପେଣ୍ଠପଡା ସରପଞ୍ଚ ଚିନ୍ମୟୀ ରାଉତ କହିଛନ୍ତି, ଦୁଇମାସରୁ ଊଦ୍ଧର୍‌ବ ହେଲାଣି ଠିକାଦାର ପାଇପ ବିଛାଇବା ଲାଗି ପଞ୍ଚାୟତର ଗ୍ରାମଗୁଡିକ ଖୋଳି ଦେଇଛନ୍ତି। ସେହି ଗାତରେ ଛୋଟ ପିଲା ବୁଢାବୁଢ଼ୀ ପଡ଼ି ଖଣ୍ଡିଆଖାବରା ହେଉଛନ୍ତି। ଏ ନେଇ ମୁଁ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଉଛି। ହେଲେ ଦୁଇ ତିନି ଦିନ ଭିତରେ ସମସ୍ୟା ସମାଧାନ ହୋଇଯିବ ବୋଲି ଅଧିକାରୀ କହୁଛନ୍ତି। ଅନ୍ୟପକ୍ଷରେ ଠିକା ସଂସ୍ଥା ଦାୟିତ୍ୱରେ ରହିଥିବା ସୁଜିତ ଗିରି କହିଛନ୍ତି, ପ୍ରକଳ୍ପ କାର୍ଯ୍ୟ ସରିଲାଣି। ଆମେ ୧୦ ଦିନ ମଧ୍ୟରେ ମୁଖ୍ୟ ପାଇପ୍‌ରେ ପାଣି ଛାଡ଼ିବୁ। ବାକି ମୁଖ୍ୟ ପାଇପରୁ ଗ୍ରାମ ସହ ପ୍ରତ୍ୟେକ ଘରକୁ ସଂଯୋଗ କରାଯାଇଥିବା ପାଇପରେ ପାଣି ଛାଡ଼ିବା ପାନୀୟ ଜଳ ବିଭାଗର ଦାୟିତ୍ୱ। ଏହି ପ୍ରକଳ୍ପ ପାଇଁ ସରକାର ୪ କୋଟି ଟଙ୍କା ବ୍ୟୟ କରୁଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ବିଭାଗୀୟ ଯନ୍ତ୍ରୀ ସୁଜାତା ପଟ୍ଟନାୟକ କହିଛନ୍ତି, ଠିକା ସଂସ୍ଥାର ଏଭଳି ମନ୍ଥରଗତି ନେଇ ଆମେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛୁ। ଆଗାମୀ ଡିସେମ୍ବର ସୁଦ୍ଧା ଏହାର ସମ୍ପୂର୍ଣ୍ଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଉପଭୋକ୍ତା ବିନା ଅର୍ଥରେ ନିଜ ଘରେ ବିଶୁଦ୍ଧ ପାଣି ପାଇପାରିବେ। ସେହିପରି ସତ୍ୟବାଦୀ ବିଡିିଓ ଲିପ୍ସା ରାୟ କହିଛନ୍ତି, ପ୍ରକଳ୍ପ କାର୍ଯ୍ୟକୁ ତଦାରଖ କରୁଛି। ପାନୀୟ ଜଳ ବିଭାଗ ଓ ସମ୍ପୃକ୍ତ ଠିକା ସଂସ୍ଥାକୁ ଉକ୍ତ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri