ମହାନଦୀରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାମ ଅଧାପନ୍ତରିଆ

ଓଡ଼ଗାଁ,୨୫ା୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲାକୁ ମହାନଦୀରୁ ପିଇବା ପାଣି ଯୋଗାଣ ହେବ। ଏଥିରେ ନୟାଗଡ଼ ସମେତ ରଣପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରି ସାରିଛନ୍ତି। କିନ୍ତୁ ଏହି ଯୋଜନା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଏହି ଘୋଷଣାକୁ ଦେଢ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଗାଁରେ ପାଇପ ପାଣି ତ ଦୂରର କଥା ସେଥିପାଇଁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଓଡ଼ଗାଁ କୁରାଳ ରାସ୍ତାରେ ଗୋଚର ଜମିରେ ଥିବା ଅନେକ କୋଟି ଟଙ୍କାର ପାଇପ ପଡ଼ ଖତ ଖାଉଥିବା ଏହାର ଜ୍ବଳନ୍ତ ଉଦାହରଣ ବୋଲି ସ୍ଥାନୀୟ ଲେକାମାନେ କହିଛନ୍ତି ।

ସୂଚନା ଅନୁଯାୟୀ, ଓଡ଼ଗାଁ ଏନଏସିକୁ ବୁଢାବୁଢିଆଣି ଜଳଭଣ୍ଡାରରୁ ଲୋକଙ୍କୁ ୨୪ଘଣ୍ଟିଆ ପାଣି ଯୋଗାଣର ବ୍ୟବସ୍ଥା କରାଯାଇଛି। ବାକି ପଞ୍ଚାୟତର ଘରେ ଘରେ ମହାନଦୀ ପାଣି ପହଞ୍ଚାଇବା ଲକ୍ଷ୍ୟ ରଖି ଏହି କାମ ଆରମ୍ଭ ହେବ ବୋଲି ଘୋଷଣା କରାଯାଇଥିଲା । କିନ୍ତୁ ଜଳ ଓ ପରିମଳ ବିଭାଗ ଏହାକୁ ଗୁରୁତ୍ୱ ନ ଦେଇ ଲୋକଦେଖାଣିଆ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। କେତକ ସ୍ଥାନରେ ଠିକାଦାର ରାସ୍ତାଘାଟ ଖୋଳି ପକାଇ ରଖିଥିବା ବେଳେ ଆଉ କେତେକ ସ୍ଥାନରେ ପାଇପ ପକାଇ ଠିକାଦାର ଛୁ ମାରିଛନ୍ତି । ସବୁ ସ୍ଥାନରେ ଅଧାପନ୍ତରିଆ ଅବସ୍ଥାରେ କାମ ପଡି ରହିଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ବିଭିନ୍ନ ଅଞ୍ଚଳରେ ଜଳ କଷ୍ଟ ଲାଗି ରହିଛି। ମହାନଦୀ ପାଣି ଲୋକଙ୍କ ପାଖରେ କେବେ ପହଞ୍ଚିବ ତାହା କାହାକୁ ଜଣାନାହିଁ। ଏଣେ ଠିକାଦାର ବିଭିନ୍ନ ଗାଁରେ ରାସ୍ତା ଘାଟ ଖୋଳି ନଷ୍ଟ କରିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଅନେକ କୋଟି ଟଙ୍କାର ପାଇପ ପଡ଼ି ଖତ ଖାଉଥିଲେ ମଧ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। କେତେକ ପଞ୍ଚାୟତରେ ପାଇପ୍‌ ବିଛା ଯାଇ ନାହିଁ । ଆଉ କେତେକ ସ୍ଥାନରେ କାମ ଅଧାପନ୍ତରିଆ ଅବସ୍ଥାରେ ରହିଛି ା ଏ ସମ୍ପର୍କରେ ଜଳ ଓ ପରିମଳ ବିଭାଗରୁ କୌଣସି ସ୍ଫଷ୍ଟ ତଥ୍ୟ ମିଳୁ ନାହିଁ। ଏବେ ବି ଓଡ଼ଗାଁ ଠାରୁ କୁରାଳ ଯିବା ରାସ୍ତାରେ ଏକ ସ୍ଥାନରେ ଛୋଟ ବଡ଼ ପାଇପ ୧ ବର୍ଷ ହେବ ଗଦା ହୋଇ ରହିଛି। କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ପାଇଁ ଜଳ ଓ ପରିମଳ ଯନ୍ତ୍ରୀ ସୁବାସ ଚନ୍ଦ୍ର ସ୍ବାଇଁଙ୍କୁ ବାରମ୍ଭାର ଫୋନ କରାଯାଇଥିଲା। ହେଲେ ତାହା ସମ୍ଭବ ହୋଇପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri