ସହରକୁ ପିଇବା ପାଣି ଯୋଗାଣ ବାଧା ଆଶଙ୍କା

ଭଞ୍ଜନଗର,୯।୨(ଡି.ଏନ.ଏ) ଭଞ୍ଜନଗର ସହରବାସୀଙ୍କୁ ବିଶୁଦ୍ଧ ପାଣି ଯୋଗାଇ ଦେବାପାଇଁ ସରକାର ପଦକ୍ଷେପ ନେଇଛନ୍ତି।ଏହି ପରିପ୍ରେକ୍ଷୀରେ ନୂଆ ନୂଆ ପ୍ରକଳ୍ପ ହେଉଛି । ହେଲେ ବିଭିନ୍ନ କାରଣ ଯୋଗୁ କାମଗୁଡ଼ିକ ନିର୍ଦ୍ଧାରିତ ସମୟରେ ଶେଷ ହେଉନାହିଁ। ସହରର ଅନେକ ଅଞ୍ଚଳକୁ ଇତିମଧ୍ୟରେ ନୂଆ ପାଇପ ଲାଇନ ବିଛା ହୋଇଛି। ସେସବୁକୁ ଡ଼ିସେମ୍ବର ସୁଦ୍ଧା ପୁରୁଣା ପାଇପ ସହ ଯୋଡ଼ିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା । ହେଲେ ଏ ଯାଏ ତାହା ହୋଇନାହିିଁ । ଯଦ୍ଦ୍ବାରା କେତକ ଅଞ୍ଚଳକୁ ଆବଶ୍ୟକ ଅନୁଯାୟୀ ପାଣି ଯୋଗାଣରେ ବାଧା ଦେଖାଦେଇଛି । ବର୍ତ୍ତମାନ ସୁଦ୍ଧା ପ୍ରାୟ ୩ କି.ମି. ୮ଶହ ମିଟର ପାଇପ ବିଛା ହୋଇଥିବା ବେଳେ ଏବେ ବି ବ୍ରାହ୍ମଣସାହିର ୯୦ ମିଟର ପାଇପ ବିଛା କାମ ସରିନାହିଁ। ପାଇପ୍‌ ବିଛାଇବା ଏବଂ ସଂଯୋଗ କାମ ତୁରନ୍ତ ନ ସରିଲେ ଖରାଦିନ ଆରମ୍ଭରୁ ସହରରେ ପାନୀୟ ସମସ୍ୟା ବଢ଼ିବ। ଅନ୍ୟପକ୍ଷରେ ପାର୍କ ରୋଡ଼ରେ ବୃହତ ଜଳ ବିଶୋଧାନାଗାର ପ୍ରକଳ୍ପ କାର୍ଯ୍ୟ ମଧ୍ୟ ଚାଲିଛି । ଉକ୍ତ କାମ ଜୁଲାଇ ୯ ତାରିଖ ସୁଦ୍ଧା ସରିବା ଲକ୍ଷ୍ୟ ରଖାଯାଇଛି । ଏ ବାବଦରେ ୨ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ଉକ୍ତ କାର୍ଯ୍ୟ ମଧ୍ୟ ଧିମାରେ ଚାଲିଛି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଇଛି । ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ସହରବାସୀଙ୍କ ଆବଶ୍ୟକତାକୁ ଦେଖି ପଦକ୍ଷେପ ନିଆଯାଉଛି । ଗ୍ରୀଷ୍ମ ଋତୁରେ ପାନୀୟ ଜଳ ଯୋଗାଣରେ କୌଣସି ବାଧା ଦେଖାଦେବ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri