ଚନ୍ଦ୍ରଭାଗାରେ ପାନୀୟଜଳ ଟ୍ୟାପ୍‌ ଅଚଳ

କୋଣାର୍କ,୧୮।୪(ଡି.ଏନ୍‌.ଏ.): ଚନ୍ଦ୍ରଭାଗାଠାରେ ପର୍ଯ୍ୟଟକ, ପଥଚାରୀ ଓ ଜନସାଧାରଣଙ୍କ ନିମନ୍ତେ ଓ୍ବାଟ୍‌କୋ ପକ୍ଷରୁ ନିର୍ମିତ ପାନୀୟଜଳ ଟ୍ୟାପ୍‌ ଅଚଳାବସ୍ଥାରେ ପଡ଼ିଛି। ଏଥିଯୋଗୁ ଏଠାକୁ ଆସୁଥିବା ଲୋକେ ପାନୀୟଜଳ ନ ପାଇ ପ୍ରଚଣ୍ଡ ରୌଦ୍ରତାପ ଜନିତ ସମସ୍ୟାରେ ଛଟପଟ ହେଉଛନ୍ତି। ଚନ୍ଦ୍ରଭାଗା ପୁରାଣ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ହୋଇଥିବାରୁ ଏଠାକୁ ଅନେକ ପର୍ଯ୍ୟଟକ ଆସି ସୂର୍ଯ୍ୟପୂଜା, ଗ୍ରହଶାନ୍ତି, ସୂର୍ଯ୍ୟ ଦର୍ଶନ ଓ ସମୁଦ୍ରରେ ସ୍ନାନ କରିଥା’ନ୍ତି। ଚନ୍ଦ୍ରଭାଗା ବଜାର ମୁଖ୍ୟ ରାସ୍ତାରେ ଏହି ପାନୀୟଜଳ ଟ୍ୟାପ୍‌ ଅଚଳ ହୋଇ ପଡିଛି। ହେଲେ ଓ୍ବାଟ୍‌କୋ, ପର୍ଯ୍ୟଟନ ବିଭାଗ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷ ଏହି ଘଟଣା ଉପରେ ନଜର ନ ଦେବା ବୁଦ୍ଧିଜୀବୀ ମହଲରେ ବିସ୍ମୟ ସୃଷ୍ଟି କରିଛି। ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବାବେଳେ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ପାଣି ନ ମିଳିବାରୁ ସେମାନେ ଖରାରେ ହନ୍ତସନ୍ତ ହେଉଛନ୍ତି। ଏହି ଘଟଣାର ସ୍ଥାୟୀ ସମାଧାନ ନିମନ୍ତେ ଓ୍ବାଟ୍‌କୋ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି। ଏ ଦିଗରେ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷ ନୀରବତା ଅବଲମ୍ବନ କରିବା କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦର୍ଶାଉଛି। ସମସ୍ୟାର ସମାଧାନ କରିବା ସହ ଅଚଳ ପାନୀୟଜଳ ଟ୍ୟାପ କାର୍ଯ୍ୟକ୍ଷମ କରିବାକୁ ପୁରୀ ଜିଲାପାଳ ଦୃଷ୍ଟି ଦେବାକୁ ପର୍ଯ୍ୟଟନପ୍ରେମୀ, ବୁଦ୍ଧିଜୀବୀ ଓ ଜନସାଧାରଣଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ ଓ୍ବାଟ୍‌କୋର କନିଷ୍ଠ ଯନ୍ତ୍ରୀ ଦୀପ୍ତି ରଞ୍ଜନ ପାତ୍ରଙ୍କୁ ପଚାରିବାରେ, ରାସ୍ତା କାର୍ଯ୍ୟ ଚାଲିଥିବା ହେତୁ ଖୋଳାଖୋଳି ସମୟରେ ଏହା ବିଚ୍ଛିନ୍ନ ହୋଇଯାଇଛି। ଖୁବ୍‌ଶୀଘ୍ର ଏହାର ମରାମତି କରାଯାଇ କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?