୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟ ହାସଲ କରିବା ପାଇଁ ୨୦୧୫ରୁ ଓଡ଼ିଶାରେ ଅମୃତ ମିଶନ୍‌ କାର୍ଯ୍ୟକାରୀ ହେଉଛି। ରାଜ୍ୟର ୯ଟି ସହରରେ ଏହି ଯୋଜନାରେ ପାନୀୟ ଜଳ ବ୍ୟବସ୍ଥାର ଉନ୍ନତି କରାଯାଉଛି। ଏଥିସହ ରାଜ୍ୟ ସରକାର ସହରାଞ୍ଚଳ ପାନୀୟ ଜଳ ଯୋଗାଣ ପାଇଁ ୧୬୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଅମୃତ ମିଶନ୍‌ କାର୍ଯ୍ୟକାରିତାରେ ଓଡ଼ିଶା କ୍ରମାଗତ ଭାବେ ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରିଆସୁଛି। ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ନିଜସ୍ବ ବସୁଧା ଯୋଜନା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୨୭ଟି ସହରରେ ଶତ ପ୍ରତିଶତ ଘରକୁ ପାଇପ୍‌ ପାଣି ଯୋଗାଇ ଦିଆଯାଇଛି। ପାଇପ୍‌ ପାଣି ସହ ଆବର୍ଜନାମୁକ୍ତ ସହରାଞ୍ଚଳ ପାଇଁ ମଧ୍ୟ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୨ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରେ ତୃଣମୂଳସ୍ତରରେ ଜଳସାଥୀମାନେ ସହଯୋଗ କରିଛନ୍ତି। ୫-ଟି କାର୍ଯ୍ୟକ୍ରମରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍‌ ଆରମ୍ଭ ହୋଇଛି। ସାରା ଦେଶରେ ପୁରୀ ପ୍ରଥମ ସହର ଭାବେ ପ୍ଲାଷ୍ଟିକମୁକ୍ତ ଓ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ମିଶନ୍‌ କାର୍ଯ୍ୟକାରୀ କରି ଲଣ୍ଡନ, ଟୋକିଓ ଓ ୟୁକେ ସହ ସମାନ ହୋଇପାରିଛି। କଟକ, ଭୁବନେଶ୍ୱର ଓ ରାଉରକେଲା ସମେତ ୧୭ଟି ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ କାର୍ଯ୍ୟକାରୀ ହେଉଛି। ଆବର୍ଜନାମୁକ୍ତ ପାଇଁ ୫୫ଟି ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ହୋଇଛି। ଏଥିରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନେ ସହଭାଗୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ବଚ୍ଛ ଭାରତ ମିଶନ ୨.୦ ଓ ଅମୃତ ୨.୦ ଯୋଜନାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଓଡ଼ିଶାରେ ଏସବୁ ଯୋଜନାର ସଫଳ କାର୍ଯ୍ୟକାରିତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri