୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟ ହାସଲ କରିବା ପାଇଁ ୨୦୧୫ରୁ ଓଡ଼ିଶାରେ ଅମୃତ ମିଶନ୍‌ କାର୍ଯ୍ୟକାରୀ ହେଉଛି। ରାଜ୍ୟର ୯ଟି ସହରରେ ଏହି ଯୋଜନାରେ ପାନୀୟ ଜଳ ବ୍ୟବସ୍ଥାର ଉନ୍ନତି କରାଯାଉଛି। ଏଥିସହ ରାଜ୍ୟ ସରକାର ସହରାଞ୍ଚଳ ପାନୀୟ ଜଳ ଯୋଗାଣ ପାଇଁ ୧୬୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଅମୃତ ମିଶନ୍‌ କାର୍ଯ୍ୟକାରିତାରେ ଓଡ଼ିଶା କ୍ରମାଗତ ଭାବେ ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରିଆସୁଛି। ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ନିଜସ୍ବ ବସୁଧା ଯୋଜନା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୨୭ଟି ସହରରେ ଶତ ପ୍ରତିଶତ ଘରକୁ ପାଇପ୍‌ ପାଣି ଯୋଗାଇ ଦିଆଯାଇଛି। ପାଇପ୍‌ ପାଣି ସହ ଆବର୍ଜନାମୁକ୍ତ ସହରାଞ୍ଚଳ ପାଇଁ ମଧ୍ୟ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୨ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରେ ତୃଣମୂଳସ୍ତରରେ ଜଳସାଥୀମାନେ ସହଯୋଗ କରିଛନ୍ତି। ୫-ଟି କାର୍ଯ୍ୟକ୍ରମରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍‌ ଆରମ୍ଭ ହୋଇଛି। ସାରା ଦେଶରେ ପୁରୀ ପ୍ରଥମ ସହର ଭାବେ ପ୍ଲାଷ୍ଟିକମୁକ୍ତ ଓ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ମିଶନ୍‌ କାର୍ଯ୍ୟକାରୀ କରି ଲଣ୍ଡନ, ଟୋକିଓ ଓ ୟୁକେ ସହ ସମାନ ହୋଇପାରିଛି। କଟକ, ଭୁବନେଶ୍ୱର ଓ ରାଉରକେଲା ସମେତ ୧୭ଟି ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ କାର୍ଯ୍ୟକାରୀ ହେଉଛି। ଆବର୍ଜନାମୁକ୍ତ ପାଇଁ ୫୫ଟି ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ହୋଇଛି। ଏଥିରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନେ ସହଭାଗୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ବଚ୍ଛ ଭାରତ ମିଶନ ୨.୦ ଓ ଅମୃତ ୨.୦ ଯୋଜନାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଓଡ଼ିଶାରେ ଏସବୁ ଯୋଜନାର ସଫଳ କାର୍ଯ୍ୟକାରିତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri