ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ

ପୁରୀ, ୯ା୧୨(ଅଜିତ ମହାନ୍ତି): ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ସେବନ ବନ୍ଦ ଏବଂ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ଉପରେ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଉଛି। ନୂଆବର୍ଷଠାରୁ ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ଆସିବାକୁ ଥିବାରୁ ଏ ନେଇ ପୂର୍ବରୁ ସେବାୟତ ଓ ଜେଟିପିମାନଙ୍କ ଦ୍ୱାରା ସଚେତନ କରାଯିବା ସହ ପୁରୁଷ ଭକ୍ତଙ୍କୁ ଧୋତି ପିନ୍ଧାଯାଇ ଶ୍ରୀମନ୍ଦିର ଭିତରକୁ ଛଡ଼ାଯାଇଥିଲା। ତେବେ ଆସନ୍ତା ନୂଆବର୍ଷରୁ ଏହି ବ୍ୟବସ୍ଥା କଡ଼ାକଡ଼ି ଭାବେ ଲାଗୁ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି। ସେହିପରି ଜାନୁୟାରୀ ୧ରୁ ଶ୍ରୀମନ୍ଦିର ପରିସରରେ ପାନ ଓ ଗୁଟ୍‌ଖା ସେବନ ଉପରେ କଟକଣା ଜାରି କରାଯାଇଛି।
ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି, ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ଶ୍ରୀମନ୍ଦିରକୁ ଆସିବା ନେଇ ଗତ ୨ମାସ ତଳେ ପ୍ରୟାସ ଆରମ୍ଭ କରାଯାଇଥିଲା। ଜାନୁୟାରୀ ୧ ତାରିଖଠାରୁ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ। ବର୍ତ୍ତମାନ ଲକ୍ଷ୍ୟ କରାଯାଉଛି ଯେ, ଭକ୍ତମାନେ ଏହି ନିୟମକୁ ଶତପ୍ରତିଶତ ଅନୁପାଳନ କରୁଛନ୍ତି। ବାଧ୍ୟବାଧକତାର ଆବଶ୍ୟକତା ନାହିଁ। ସେହିପରି ପ୍ରଶାସନ ପକ୍ଷରୁ ପାନଗୁଟ୍‌ଖା ଉପରେ ସଚେତନ କରାଯାଉଛି। ସେବାୟତମାନେ ମଧ୍ୟ ନିଜେ ସଚେତନ ହେବା ସହ ଭକ୍ତଙ୍କୁ ସଚେତନ କରାଉଛନ୍ତି। ଯେଉଁମାନଙ୍କର ପାନ ଗୁଟ୍‌ଖା ଖାଇବାର ଅଛି, ସେମାନେ ଶ୍ରୀମନ୍ଦିର ବାହାରେ ଖାଆନ୍ତୁ। ଏଥିଲାଗି ଯେପରି କାହା ବିରୋଧରେ ଦଣ୍ଡବିଧାନ ନ ହେଉ ତାହା ପ୍ରଶାସନ ଚାହେଁ ବୋଲି ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri