ପରଲୋକରେ ଦୃଶ୍ୟମ ନିର୍ଦ୍ଦେଶକ

ମୁମ୍ବାଇ,୧୭।୮: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ କଳା ବର୍ଷ ସାଜିଛି। ଗତ କିଛି ମାସ ହେଲା ବଲିଉଡ୍‌ର କେତେକ ଜଣାଶୁଣା ସେଲିବ୍ରିଟିଙ୍କ ସମେତ ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ପରଲୋକ ଘଟିଛି। ଇତିମଧ୍ୟରେ ସୋମବାର ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ସୁପରହିଟ ଫିଲ୍ମ ‘ଦୃଶ୍ୟମ’ର ନିର୍ଦ୍ଦେଶକଙ୍କ ପରଲୋକ ଘଟିଛି। ୫୦ ବର୍ଷୀୟ ନିଶିକାନ୍ତ କାମତଙ୍କ ଦେହାନ୍ତ ହୋଇଥିବା ନେଇ ବଲିଉଡ୍‌ ଅଭିନେତା ରିତେଶ ଦେଶମୁଖ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସେ ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି। ଏହାପରେ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ବେଶ୍‌ ଜଣାଶୁଣା ନିର୍ଦ୍ଦେଶକ ନିଶିକାନ୍ତ ଲିଭର ରୋଗରେ ପୀଡ଼ିତ ଥିବା ବେଳେ ଗତ କିଛି ସମୟରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଥିଲା। ତାଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲର ଭେଣ୍ଟିଲେଟରରେ ରଖାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନିଧନରେ ଅଜୟ ଦେବଗନଙ୍କ ସମେତ ବଲିଉଡ୍‌ ସେଲିବ୍ରଟିମାନେ ଶୋକ ପ୍ରକାଶ କରିଛନ୍ତି। ସୂଚନା ମୁତାବକ ୨୦୦୫ରେ ମରାଠି ଫିଲ୍ମ ‘ଡୋମ୍ବିଓ୍ବଲି ଫାଷ୍ଟ’ ଜରିଆରେ ନିଶିକାନ୍ତ ନିର୍ଦ୍ଦେଶନାରେ ଡେବ୍ୟୁ କରିଥିଲେ। ତାଙ୍କର ଏହି ପ୍ରଥମ ଫିଲ୍ମ ମରାଠି ବେଷ୍ଟ ଫିଚର ଫିଲ୍ମର ନ୍ୟାସନାଲ ଆଓ୍ବାର୍ଡ ହାତେଇଥିଲା। ଏହି ଫିଲ୍ମ ସେହି ବର୍ଷର ସବୁଠାରୁ ସୁପରହିଟ୍‌ ଫିଲ୍ମ ରହିଥିଲା। ତେବେ ବଲିଉଡ୍‌ରେ ତାଙ୍କୁ ୨୦୧୫ରେ ଅଜୟ ଓ ତବୁଙ୍କ ଅଭିନୀତ ଫିଲ୍ମ ଦୃଶ୍ୟମରୁ ପରିଚୟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri