ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ କଟକ ଜିଲା ଟାଙ୍ଗୀ ଗ୍ରାମର ଶରତ ଚନ୍ଦ୍ର ମହାନ୍ତି(୪୬)। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌ଆଇ ରାଜ କିଶୋର ପାତ୍ର ମୃତଦେହ ଜବତ କରି ଗୁରୁବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ପୁରୀ ସ୍ବର୍ଗଦାରରେ ତାଙ୍କ ଶେଷକୃତ୍ୟ କରାଯାଇଛି।

ସୂଚନାନୁଯାୟୀ, ବୁଧବାର ସାରେ ଦୁର୍ଘଟଣା ଘଟିଥିଲା। ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବା ପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ମାମଲା ନଂ.୬୧/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ଶରତ ମହୁଡା ନିକଟ ଗ୍ରାମବିକାଶ ସଂସ୍ଥାରେ ଗଞ୍ଜାମ ଜିଲା ମୁଖ୍ୟ ମ୍ୟାନେଜର ଭାବେ କାମ କରୁଥିଲେ। ସେ ତାଙ୍କ ବାଇକରେ ଯାଉଥିବା ବେଳେ ହାଇୱା ଟ୍ରକଟି ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ରାତି ପ୍ରାୟ ୮ ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ହାଇୱା ଟ୍ରକକୁ ପୋଲିସ ଜବତ କରିବା ସହ ରମ୍ଭାର ଟ୍ରକ ଚାଳକ ଜଗନ୍ନାଥ ଗୌଡ଼ଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri