ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌ ରାଇସ ମିଲ୍‌ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼ ବୁଧବାର ରାତିରେ ନିଜ କାର୍ଯ୍ୟ ସାରି ଘରକୁ ଯିବା ପାଇଁ ଜାତୀୟ ରାଜପଥ ୨୬ ପାର କରୁଥିବା ସମୟରେ ଭବାନୀପାଟଣାରୁ କେସିଙ୍ଗା ଅଭିମୁଖେ ଯାଉଥିବା ଏକ ପିକ ଅପ୍‌ ଭ୍ୟାନ ନଂ. ଓଡି ୦୨ ଡିକେ ୭୭୪୧ ଧକ୍କା ଦେବାରୁ ଅଚେତ ହୋଇ ରାଜପଥରେ ପଡ଼ିରହିଥିଲେ। ଏକ ମାଲ୍‌ ବୋଝେଇ ପିକଅପ୍‌ର ବିଭିନ୍ନ ପ୍ରକାର କପଡା ଓ ପୋଷାକ ପ୍ୟାକେଟ ନେଇ ଯାଉ ଥିବା ବେଳେ ଦ୍ରୁତଗତିରେ ଆସି ଶ୍ରମିକ ଜଣକୁ ଜୋର୍‌ରେ ଧକ୍କା ଦେଇ ଚାଲିଯାଇଥିଲା। ଦୁର୍ଘଟଣା ଘଟାଇଥିବା ପରେ ଡ଼୍ରାଇଭର ଜଣକ ଭୟରେ ଦ୍ରୁତଗତିରେ ଫେରାର ହୋଇଯାଉଥିବାବେଳେ ଦୁର୍ଘଟଣା ଅଞ୍ଚଳରୁ ମାତ୍ର ଅଧା କିମି ଦୂରରେ ସେହି ଗାଡ଼ିଟି ଭାରସାମ୍ୟ ହରାଇ ଚିଚର୍ଲା ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ପଡ଼ି ଯାଇଥିଲେ। ଦୁର୍ଘଟଣାର ଶିକାର ହୋଇଥିବା ଶ୍ରମିକ ଏବଂ ଡ୍ରାଇଭର ଗୁରୁତର ହୋଇଛନ୍ତି। ଦୁର୍ଘଟଣା ବିଷୟରେ ଖବର ପାଇଁ ଉତ୍କେଲା ପୋଲିସ ଫାଣ୍ଡି ଅଧିକାରୀ ତୁରନ୍ତ ଦୁର୍ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ଦୁହିଁଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସଂକ୍ରାନ୍ତରେ ଉତ୍କେଲା ଫାଣ୍ଡି ଅଧିକାରୀ ଏଏସ୍‌ଆଇ ଅନୁପ କୁମାର ଶତପଥୀଙ୍କୁ ପଚାରିବାରୁ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ। ଗତ କିଛିଦିନ ତଳେ ଏହି ଜାଗାରେ ଧାନ ବୋଝେଇ ଟ୍ରକର ଦୁଇ ଡ୍ରାଇଭରଙ୍କ ଦୁର୍ଘଟଣା ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri