ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ଡ୍ରାଇଭର ଜଣକ ହେଉଛନ୍ତି କାନକୁଟୂରୁ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରପଡ଼ା ଗ୍ରାମର ଜିଲୁ ମାଝୀ (୩୮) । ସୂଚନାନୁସାରେ କାନକୁଟୂରୁ ପଞ୍ଚାୟତ କୁମ୍ଭାରପଡ଼ା ଗ୍ରାମର ଡ୍ରାଇଭର ଜିଲୁ ମାଝୀ ଟ୍ରାକ୍ଟର ନେଇ ପୁନିଗୁଡା ଗ୍ରାମରେ ଚାଷକାମ ସାରି ଅପରାହ୍ନରେ ଘରକୁ ଫେରୁଥିବା ବେଳେ ଟ୍ରାକ୍ଟର ମାଲିକଙ୍କ ପୁଅ ନିଜେ ଚଳାଉଥିଲେ ଓ ଜିଲୁ ଡ୍ରାଇଭର ପାଖରେ ବସିଥିଲେ। ପୁନିଗୁଡ଼ା ନିକଟରେ ସାମ୍ନାପଟୁ ଅନ୍ୟ ଅନ୍ୟ ଏକ ଟ୍ରାକ୍ଟର ହଠାତ ଆସିବା ଦେଖି ଟ୍ରାକ୍ଟର ଚଳାଉଥିବା ମାଲିକଙ୍କ ପୁଅ ଓ ନିଜର ଗାଡ଼ିକୁ ବଞ୍ଚାଇବା ପାଇଁ ଚେଷ୍ଟା କରୁଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତା ପାର୍ଶ୍ୱକୁ ଟାଣି ହୋଇ ଯାଇଥିଲା। ଯାହା ଫଳରେ ରାସ୍ତା କରେ ଥିବା ଗାତରେ ଟ୍ରାକ୍ଟର ପଡି ଡ୍ରାଇଭର ଟ୍ରାକ୍ଟରରୁ ଖସି ଗାତରେ ପଡ଼ିଯାଇଥିଲେ। ଯାହାଫଳରେ ଉକ୍ତ ଦୁର୍ଘଟଣାରେ ଡ୍ରାଇଭରର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ଖବର ପାଇ ଟ୍ରାକ୍ଟର ମାଲିକ ନିଜ ଇଣ୍ଡିକା କାରରେ ଉକ୍ତ ମୃତ ଡ୍ରାଇଭରକୁ ହସ୍ପିଟାଲ ନେବା ପରିବର୍ତ୍ତେ ଗାଁକୁ ନେଇ ଛାଡ଼ି ଦେଇ ପଳାଇ ଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ବିଶ୍ୱନାଥପୁର ଥାନାଧିକାରୀ ତୁଳସୀରାମ ଶବର ପୋଲିସ ବଳ ସହିତ ଘଟଣାସ୍ଥଳରେ ପହଞ୍ଚି ଦୁଇ ଟ୍ରାକ୍ଟରକୁ ଜବତ କରିବା ସହ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ ପଠାଇଥିବା ସୂଚନା ମିଳିଛି । ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରୁଛି ବିଶ୍ୱନାଥପୁର ପୋଲିସ । ଏଭଳି ମର୍ମାନ୍ତୁକ ଦୁର୍ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ ଡ୍ରାଇଭରଙ୍କ ଘରେ ସ୍ତ୍ରୀ ଫୁଳମତି ମାଝୀ ସହିତ ପାଞ୍ଚ ଝିଅ ରିଙ୍କି ମାଝୀ (୧୬), ଚଞ୍ଚଳା ମାଝୀ (୧୪), ମଞ୍ଜୁଳା ମାଝୀ (୧୨), ସଂଜୁତା ମାଝୀ (୧୦), ଜୁନିତା ମାଝୀ (୬) ଓ ଏକମାତ୍ର ପୁତ୍ର ଦିଲ୍ଲୀପ ମାଝୀ (୮) ବର୍ଷର ରହିଛନ୍ତି। ପରିବାରର ଏକମାତ୍ର ରୋଜଗାର କ୍ଷମ ବ୍ୟକ୍ତିକୁ ହରାଇ ଚିନ୍ତାରେ ପରିବାରବର୍ଗ ଭାଙ୍ଗିପଡିଥିବା ବେଳେ ଏନେଇ ଦୁର୍ଘଟଣାର ଉଚିତ୍‌ ତଦନ୍ତ କରିବା ସହିତ ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ପରିବାର ତଥା ଗ୍ରାମବାସୀଙ୍କ ଦାବି ହେଉଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?