ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍‌ର ଡ୍ରାଇଭର ଏବଂ ହେଲପର ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ରାତି ୧ ଟା ୩୦ ସମୟରେ ଏହି ଦୁର୍ଘଟଣା ଘଟିଛି। ମୃତ ଡ୍ରାଇଭରଙ୍କ ନାମ ଡମ୍ବରୁଧର ସ୍ବାଇଁ(୫୩)। ତାଙ୍କ ଘର ଭୁବନେଶ୍ୱର ଖଣ୍ଡଗିରିର ଡୁମୁଡୁମା ଅଞ୍ଚଳରେ। ସେହିପରି ମୃତ ହେଲପରଙ୍କ ନାମ ଶିବରାମ ଗୌଡ଼(୩୨)। ତାଙ୍କ ଘର ଗଞ୍ଜାମ ଜିଲାର ବଡ଼ାଙ୍ଗୀ ଅଞ୍ଚଳରେ। ଏହି ଯାତ୍ରୀବାହୀ ବସ୍‌ ଜୟପୁରରୁ କଟକ ଯାଉଥିଲା। ଏଥିରେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ତେବେ ସୌଭାଗ୍ୟକ୍ରମେ ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ହରଡ଼ଖୋଲ ଫାଣ୍ଡି ପୋଲିସ ବସ୍‌କୁ ଜବତ କରିଛି। ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ କରାଯାଉଛି। ଏ ସମ୍ପର୍କରେ ସୋନପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri