ଅଭୟକାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): ବଢ଼ିଲା ଅତିରିକ୍ତ ପିସିସିଏଫ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ ଏସଆଇଟି ଖୋଲତାଡ ଜାରିରଖିଛି । ଏହି ମାମଲାରେ ମଙଙ୍ଗଳବାର ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି । ଡ୍ରାଇଭରଙ୍କ ଘରୁ ମିଳିଥିବା ୨୦ ଲକ୍ଷ ଟଙ୍କା କାହାର ସେ ନେଇ ଭିଜିଲାନ୍ସ ପଚରାଉଚରା କରୁଛି ।
ଡ୍ରାଇଭରଙ୍କ ସମେତ କିଛି ବ୍ୟାଙ୍କ କର୍ମଚାରୀ ମଧ୍ୟ ଭିଜିଲାନ୍ସ ସେଲ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ଅର୍ଥିକ କାରବାର ନେଇ ଏମାନଙ୍କୁ ଜେରା ଚାଲିଛି । ଏହି ମାମଲାରେ ପ୍ରାୟ ୫ଟି ବ୍ୟାଙ୍କ କର୍ମଚାରୀଙ୍କୁ ସମନ କରାଯାଇଥିଲା । ଅନ୍ୟପଟେ ଅଭୟଙ୍କ ସରକାରୀ ବାସଭବନରେ ଆଜି ପୁଣି ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସର ଏକ ସ୍ବତନ୍ତ୍ର ଟିମ ବାସଭବନରେ ଆଉଥରେ ରେଡ୍‌ କରିବା ସହ ଅଭୟକାନ୍ତଙ୍କ ସମ୍ପତ୍ତି ନେଇ ଯାଞ୍ଚ ଆରମ୍ଭ କରିଛି । ଅଭୟକାନ୍ତ ପାଠକଙ୍କ ପୁତୁରାକୁ ବି ଭିଜିଲାନ୍ସରେ ହାଜର ପାଇଁ ସମନ କରାଯାଇଛି ।
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟ କାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କୁ ଭିଜିଲାନ୍ସ ଗିରଫ କରିଛି । ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ଗଞ୍ଜାମ ଜିଲାର ବହୁ ଯୁବକଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍‌ ଏହାର ତଦନ୍ତ ଜାରି ରଖିଛନ୍ତି । ଯେଉଁ ଯୁବତୀଯୁବକ ଠକେଇର ଶିକାର ହୋଇଛନ୍ତି ସେମାନଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଭେଟିବା ସହ ତଥ୍ୟ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri