ଡ୍ରାଇଭର-ପୋଲିସ୍‌ ମୁହାଁମୁହିଁ

ଗୋପାଳପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନର ଗୁରୁବାର ଦ୍ୱିତୀୟ ଦିନ ସନ୍ଧ୍ୟାରେ ଗଞ୍ଜାମ ଜିଲା ପୁକୁଡ଼ିବନ୍ଧଠାରେ ପୋଲିସ ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ ଜାତୀୟ ରାଜପଥ ରଣକ୍ଷେତ୍ର ପାଲଟି ଥିଲା।

ପୋଲିସ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଥିବା ବେଳେ ଆନ୍ଦୋଳନରତ ଡ୍ରାଇଭରମାନେ ମଧ୍ୟ ପଥର ଓ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଓ ଗୋପାଳପୁର ଥାନା ଏସ୍‌ଆଇ ଜୟଚନ୍ଦ୍ର ମଲିକଙ୍କ ସମେତ ୭ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାରେ ସମ୍ପୃକ୍ତ ୧୧ରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି।

ପ୍ରକାଶ ଯେ, ବ୍ରହ୍ମପୁର ସହର ସମେତ ୧୬ ଓ ୫୯ ନଂ. ଜାତୀୟ ରାଜପଥରେ ଅତ୍ୟାବଶ୍ୟକ ସାମଗ୍ରୀ ବୋଝେଇ ଟ୍ରକ୍‌କୁ ଆନ୍ଦୋଳନରତ ଡ୍ରାଇଭରମାନେ ଅଟକାଇ ଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହି ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ପୋଲିସ ପ୍ରଶାସନ ପକ୍ଷରୁ ପୁକୁଡିବନ୍ଧ ଜଙ୍କସନ୍‌ଠାରେ ଗାଡ଼ିକୁ ଛଡାଯିବା ପାଇଁ କୁହାଯାଇଥିଲା। କିନ୍ତୁ ଡ୍ରାଇଭରମାନେ ନିଜ ଜିଦ୍‌ରେ ଅଟଳ ରହିବା ସହ ମାଲବାହୀ ଟ୍ରକ୍‌ଗୁଡିକୁ ଛାଡ଼ି ନ ଥିଲେ। ପରେ ପୋଲିସ ଓ ଡ୍ରାଇଭରଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ବାଧ୍ୟ ହୋଇ ମୃଦୁ ଲାଠି ଚାଳନା କରିଥିଲା। ଯାହାଦ୍ୱାରା ଡ୍ରାଇଭର ସଂଘର କର୍ମକର୍ତ୍ତାମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ପୁକୁଡିବନ୍ଧ ଜଙ୍କସନ ସମେତ କନିଷି ଅଞ୍ଚଳରେ ମାଲବାହୀ ଟ୍ରକ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା। କିନ୍ତୁ କିଛି ଘଣ୍ଟା ବ୍ୟବଧାନ ପରେ ଅର୍ଥାତ ସନ୍ଧ୍ୟାରେ ଶତାଧିକ ଆନ୍ଦୋଳନକାରୀ ଡ୍ରାଇଭର ଗାଡିକୁ ଅଟକାଉଥିବା ବେଳେ ପୋଲିସ ସେମାନଙ୍କୁ ଘଉଡାଇବାକୁ ଚେଷ୍ଟା କରିଥିଲା। କିନ୍ତୁ ଆନ୍ଦୋଳନକାରୀ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ଢେଲା ଓ ପଥର ମାଡ଼ କରିଥିଲେ। ଅନ୍ୟପଟେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍‌ପି ଡ.ସର୍ବଣ ବିବେକ ଏମ୍‌, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଘଟଣା ସ୍ଥଳ ପରିଦର୍ଶନ କରିବା ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?