ଡ୍ରାଇଭର-ପୋଲିସ୍‌ ମୁହାଁମୁହିଁ

ଗୋପାଳପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନର ଗୁରୁବାର ଦ୍ୱିତୀୟ ଦିନ ସନ୍ଧ୍ୟାରେ ଗଞ୍ଜାମ ଜିଲା ପୁକୁଡ଼ିବନ୍ଧଠାରେ ପୋଲିସ ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ ଜାତୀୟ ରାଜପଥ ରଣକ୍ଷେତ୍ର ପାଲଟି ଥିଲା।

ପୋଲିସ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଥିବା ବେଳେ ଆନ୍ଦୋଳନରତ ଡ୍ରାଇଭରମାନେ ମଧ୍ୟ ପଥର ଓ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଓ ଗୋପାଳପୁର ଥାନା ଏସ୍‌ଆଇ ଜୟଚନ୍ଦ୍ର ମଲିକଙ୍କ ସମେତ ୭ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାରେ ସମ୍ପୃକ୍ତ ୧୧ରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି।

ପ୍ରକାଶ ଯେ, ବ୍ରହ୍ମପୁର ସହର ସମେତ ୧୬ ଓ ୫୯ ନଂ. ଜାତୀୟ ରାଜପଥରେ ଅତ୍ୟାବଶ୍ୟକ ସାମଗ୍ରୀ ବୋଝେଇ ଟ୍ରକ୍‌କୁ ଆନ୍ଦୋଳନରତ ଡ୍ରାଇଭରମାନେ ଅଟକାଇ ଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହି ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ପୋଲିସ ପ୍ରଶାସନ ପକ୍ଷରୁ ପୁକୁଡିବନ୍ଧ ଜଙ୍କସନ୍‌ଠାରେ ଗାଡ଼ିକୁ ଛଡାଯିବା ପାଇଁ କୁହାଯାଇଥିଲା। କିନ୍ତୁ ଡ୍ରାଇଭରମାନେ ନିଜ ଜିଦ୍‌ରେ ଅଟଳ ରହିବା ସହ ମାଲବାହୀ ଟ୍ରକ୍‌ଗୁଡିକୁ ଛାଡ଼ି ନ ଥିଲେ। ପରେ ପୋଲିସ ଓ ଡ୍ରାଇଭରଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ବାଧ୍ୟ ହୋଇ ମୃଦୁ ଲାଠି ଚାଳନା କରିଥିଲା। ଯାହାଦ୍ୱାରା ଡ୍ରାଇଭର ସଂଘର କର୍ମକର୍ତ୍ତାମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ପୁକୁଡିବନ୍ଧ ଜଙ୍କସନ ସମେତ କନିଷି ଅଞ୍ଚଳରେ ମାଲବାହୀ ଟ୍ରକ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା। କିନ୍ତୁ କିଛି ଘଣ୍ଟା ବ୍ୟବଧାନ ପରେ ଅର୍ଥାତ ସନ୍ଧ୍ୟାରେ ଶତାଧିକ ଆନ୍ଦୋଳନକାରୀ ଡ୍ରାଇଭର ଗାଡିକୁ ଅଟକାଉଥିବା ବେଳେ ପୋଲିସ ସେମାନଙ୍କୁ ଘଉଡାଇବାକୁ ଚେଷ୍ଟା କରିଥିଲା। କିନ୍ତୁ ଆନ୍ଦୋଳନକାରୀ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ଢେଲା ଓ ପଥର ମାଡ଼ କରିଥିଲେ। ଅନ୍ୟପଟେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍‌ପି ଡ.ସର୍ବଣ ବିବେକ ଏମ୍‌, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଘଟଣା ସ୍ଥଳ ପରିଦର୍ଶନ କରିବା ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri