ଟ୍ରେନ ଅଟକାଇ ଯୁବକଙ୍କ ଜୀବନ ବଞ୍ଚାଇଲେ ଚାଳକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରେଳ ଧାରଣାରେ ଶୋଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଜଣେ ଯୁବକ। ଚାଳକ ଟ୍ରେନକୁ ଅଟକାଇ ରେଳ ଧାରଣାରୁ ଯୁବକଙ୍କୁ ଉଠାଇ ମହାନତାର ପରିଚୟ ଦେଖାଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକ ଜଣକ ହେଲେ ରଙ୍ଗମାଟିଆରେ ରହୁଥିବା ପୁରୀ ଜିଲାର ବିଜୟ କୁମାର ମିଶ୍ର (୩୪) ।

ମିଳିଥିବା ସୂଚନା ମୁତାବକ, ବିଜୟ ତାଙ୍କ ସ୍ତ୍ରୀ ଓ ୩ ବର୍ଷର ଝିଅଙ୍କ ସହ ରଙ୍ଗମାଟିଆରେ ରୁହନ୍ତି। ହେଲେ ଶୁକ୍ରବାର କୌଣସି କାରଣକୁ ନେଇ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଖବର ପାଇ ବିଜୟଙ୍କ ଭିଣୋଇ ଜଣେ ବ୍ୟକ୍ତିଙ୍କୁ ଧରି ଘରେ ପହଞ୍ଚି ଥିଲେ। ପରେ ସେ ବିଜୟଙ୍କୁ ମାଡ଼ ମାରିଥିଲେ। ପରବର୍ତ୍ତୀ ସମୟରେ ବିଜୟ ଘରୁ ଚାଲିଆସି ଭିଏସଏସ୍‌ ନଗରସ୍ଥିତ ଲେଭଲ କ୍ରସିଂ ନିକଟରେ ପହଞ୍ଚିଥିଲେ।

ସେଠାରୁ ସେ ୫୦ ମିଟର ଦୁରରେ ଥିବା ରେଲ ଧାରଣାରେ ଉପରେ ଶୋଇ ପଡି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଏକ ମାଲବାହୀ ଟେନ୍‌ ଆସିଥିବା ଦେଖି ସ୍ଥାନୀୟ ଲୋକେ ଟ୍ରେନକୁ ଅଟକାଇବା ଲାଗି ଚିତ୍କାର କରିଥିଲେ। କିନ୍ତୁ ଟ୍ରେନ ନ ଅଟକି ଆଗକୁ ମାଡିଚାଲିଥିଲା। ଏହାର କିଛି ସମୟ ପରେ ଚାଳକ ଟ୍ରେନକୁ ଅଟକାଇଥିଲେ। ପରେ ସେ ଟ୍ରେନରୁ ଓହ୍ଲାଇ ବିଜୟଙ୍କୁ ଉଦ୍ଧାର କରିଥିଲେ। ଏପରି କି ଆତ୍ମହତ୍ୟା ନ କରିବାକୁ ପରାମର୍ଶ ଦେଇଥିଲେ। ପରେ ଲୋକେ ପୋଲିସକୁ ଖବର ଦେଇଥିଲେ । ପିସିଆର ପହଞ୍ଚି ଯୁବକ ଜଣଙ୍କୁ ଥାନାକୁ ନେଇ ପଚରାଉଚରା କରି ଛାଡି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri