ଟ୍ରେନ ଅଟକାଇ ଯୁବକଙ୍କ ଜୀବନ ବଞ୍ଚାଇଲେ ଚାଳକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରେଳ ଧାରଣାରେ ଶୋଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଜଣେ ଯୁବକ। ଚାଳକ ଟ୍ରେନକୁ ଅଟକାଇ ରେଳ ଧାରଣାରୁ ଯୁବକଙ୍କୁ ଉଠାଇ ମହାନତାର ପରିଚୟ ଦେଖାଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକ ଜଣକ ହେଲେ ରଙ୍ଗମାଟିଆରେ ରହୁଥିବା ପୁରୀ ଜିଲାର ବିଜୟ କୁମାର ମିଶ୍ର (୩୪) ।

ମିଳିଥିବା ସୂଚନା ମୁତାବକ, ବିଜୟ ତାଙ୍କ ସ୍ତ୍ରୀ ଓ ୩ ବର୍ଷର ଝିଅଙ୍କ ସହ ରଙ୍ଗମାଟିଆରେ ରୁହନ୍ତି। ହେଲେ ଶୁକ୍ରବାର କୌଣସି କାରଣକୁ ନେଇ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଖବର ପାଇ ବିଜୟଙ୍କ ଭିଣୋଇ ଜଣେ ବ୍ୟକ୍ତିଙ୍କୁ ଧରି ଘରେ ପହଞ୍ଚି ଥିଲେ। ପରେ ସେ ବିଜୟଙ୍କୁ ମାଡ଼ ମାରିଥିଲେ। ପରବର୍ତ୍ତୀ ସମୟରେ ବିଜୟ ଘରୁ ଚାଲିଆସି ଭିଏସଏସ୍‌ ନଗରସ୍ଥିତ ଲେଭଲ କ୍ରସିଂ ନିକଟରେ ପହଞ୍ଚିଥିଲେ।

ସେଠାରୁ ସେ ୫୦ ମିଟର ଦୁରରେ ଥିବା ରେଲ ଧାରଣାରେ ଉପରେ ଶୋଇ ପଡି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଏକ ମାଲବାହୀ ଟେନ୍‌ ଆସିଥିବା ଦେଖି ସ୍ଥାନୀୟ ଲୋକେ ଟ୍ରେନକୁ ଅଟକାଇବା ଲାଗି ଚିତ୍କାର କରିଥିଲେ। କିନ୍ତୁ ଟ୍ରେନ ନ ଅଟକି ଆଗକୁ ମାଡିଚାଲିଥିଲା। ଏହାର କିଛି ସମୟ ପରେ ଚାଳକ ଟ୍ରେନକୁ ଅଟକାଇଥିଲେ। ପରେ ସେ ଟ୍ରେନରୁ ଓହ୍ଲାଇ ବିଜୟଙ୍କୁ ଉଦ୍ଧାର କରିଥିଲେ। ଏପରି କି ଆତ୍ମହତ୍ୟା ନ କରିବାକୁ ପରାମର୍ଶ ଦେଇଥିଲେ। ପରେ ଲୋକେ ପୋଲିସକୁ ଖବର ଦେଇଥିଲେ । ପିସିଆର ପହଞ୍ଚି ଯୁବକ ଜଣଙ୍କୁ ଥାନାକୁ ନେଇ ପଚରାଉଚରା କରି ଛାଡି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?