Posted inଜାତୀୟ

ଟ୍ରେନ ଚାଳକଙ୍କୁ କଚୋରି ପ୍ରେମ ପଡ଼ିଲା ମହଙ୍ଗା

ଜୟପୁର,୨୩।୨: ଜଣେ ଲୋକୋ ପାଇଲଟ୍‌ ଟ୍ରେନ ସହ ଏକ ରେଲଓ୍ବେ କ୍ରସିଂରେ ବାଧକ ସାଜନ୍ତି। ଉଭୟ ପାର୍ଶ୍ୱରେ ଅପେକ୍ଷା କରିଥାନ୍ତି ଶତାଧିକ ଯାତ୍ରୀ। ଜଣେ ବ୍ୟକ୍ତି ଇଞ୍ଜିନ କମ୍ପାର୍ଟମେଣ୍ଟ ପାଖକୁ ଯାଇ ଅଲଓ୍ବାରର ଲୋକପ୍ରିୟ କଚୋରି ପ୍ୟାକେଟ୍‌ ଦିଅନ୍ତି। ଏହାପରେ ହର୍ନ ଦେଇ ଟ୍ରେନ ଆଗକୁ ଗଡ଼ି ଚାଲେ। ଏଭଳି ହତବାକ କଲା ଭଳି ଘଟଣା ପ୍ରାୟ ପ୍ରତ୍ୟେକ ଦିନ ସକାଳେ ଅଲଓ୍ବାରର ଦାଉଦପୁର କ୍ରସିଂରେ ଦେଖିବାକୁ ମିଳେ।

ଏହି ଘଟଣାର ଭିଡିଓ ଭାଇରାଲ ହୋଇ ନ ଥିଲେ ଉକ୍ତ ଲୋକ ପାଇଲଟ୍‌ ପ୍ରତ୍ୟେକ ଦିନ ତାଙ୍କର ବେପରୁଆ ଆଚରଣ ଜାରି ରଖିଥାନ୍ତେ।

ରିପୋର୍ଟ ଅନୁଯାୟୀ, ପ୍ରତ୍ୟେକ ଦିନ ସକାଳ ୮ଟାରେ କ୍ରସିଂ ଗେଟ ବନ୍ଦ କରି ଦିଆଯାଏ। ଯାହା ଫଳରେ ଟ୍ରେନ ଡ୍ରାଇଭରଙ୍କୁ ଜଳଖିଆ ଦିଆଯାଇପାରିବ। କ୍ରସିଂରେ ମୁତୟନ ଥିବା ରେଲଓ୍ବେ କର୍ମୀଚାରୀ ପାଖ ଦୋକାନରୁ କଚୋରି କିଣି ଡ୍ରାଇଭରଙ୍କୁ ଦିଅନ୍ତି। ଡ୍ରାଇଭରଙ୍କ ଜଳଖିଆ ପାଇଁ ପ୍ରତ୍ୟେକ ଦିନ ଶତାଧିକ ଯାତ୍ରୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା।

ଘଟଣା ଭିଡିଓ ଭାଇରାଲ ହେବା ପରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲା ଇଣ୍ଡିଆନ ରେଲଓ୍ବେ। ତଦନ୍ତ ପରେ ଜୟପୁରର ରେଲଓ୍ବେ ମ୍ୟାନେଜର ନରେନ୍ଦ୍ର କୁମାର ୫ ଜଣଙ୍କୁ ସସ୍‌ପେଣ୍ଡ କରିଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଲୋକୋ ପାଇଲଟ୍‌, ଦୁଇ ଗେଟମ୍ୟାନ ଓ ଜଣେ ଇନଷ୍ଟ୍ରକ୍ଟର।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri