Posted inରାଜ୍ୟ

ପୋଷ୍ଟାଲ ବାଲାଟ୍‌ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର

ଭୁବନେଶ୍ୱର,୨୧/୦୩: ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକ୍ଟର ଏବଂ କ୍ଲିନର ମାନଙ୍କୁ ମଧ୍ୟ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବାର ଅଧିକାର ଦିଆଯାଇଛି ।

ଓଡ଼ିଶାରେ ମତଦାନ ଦିନ ଯେଉଁ ଡ୍ରାଇଭର, କଣ୍ଡକ୍ଟର ଏବଂ କ୍ଲିନରମାନେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବେ
ସେମାନେ ଯେପରି ଉଚିତ ଭାବରେ ମତଦାନ କରିପାରିବେ ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥି ପାଇଁ ଜିଲା ନିର୍ବାଚନ ଅଧିକାରୀମାନେ ଜଣେ ନୋଡ଼ାଲ ଅଧିକାରୀଙ୍କୁ ମନୋନୀତ କରିବେ, ଯାହାଙ୍କ ଦ୍ୱାରା ନିର୍ବାଚନ ପ୍ରକ୍ରିୟା ପାଇଁ ବ୍ୟବହୃତ ଗାଡ଼ି ଅଧିଗ୍ରହଣ କରାଯିବ ।

ଯେଉଁ ଡ୍ରାଇଭର, କଣ୍ଡକ୍ଟର ଏବଂ କ୍ଲିନରମାନେ ଏହି ଗାଡ଼ିରେ ନିୟୋଜିତ ଥିବେ ତାଙ୍କର ମତଦାନ ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ନୋଡ଼ାଲ ଅଧିକାରୀଙ୍କ ଦ୍ୱାରା ନିଶ୍ଚିତ କରାଯିବ ଓ ସେମାନଙ୍କୁ ପୋଷ୍ଟାଲ ବାଲାଟ୍‌ ମାଧ୍ୟମରେ ମତଦାନ ପାଇଁ ଫର୍ମ-୧୨ ଯୋଗାଇ ଦିଆଯିବ । ଏହି ଫର୍ମ-୧୨ରେ ଉକ୍ତ ଡ୍ରାଇଭର, କଣ୍ଡକଫର ଓ କ୍ଲିନରଙ୍କ ମତଦାନ ସମ୍ବନ୍ଧୀୟ ଆବଶ୍ୟକୀୟ ତଥ୍ୟ ଉଚିତ ରୂପେ ପୂରଣ ହୋଇଥିବା ନିଶ୍ଚିତ କରି ନୋଡ଼ାଲ ଅଧିକାରୀ ସେମାନଙ୍କ ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସରଙ୍କୁ ଅତି କମ୍‌ରେ ମତଦାନ ତାରିଖର ୭ ଦିନ (ସାତଦିନ) ପୂର୍ବରୁ
ପଠାଇବେ । ଏହା ଦ୍ୱାରା ଉକ୍ତ ମତଦାତାମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇ ପାରିବ ।

ନିର୍ବାଚନ ପରିଚାଳନା ଅଧିନିୟମ-୧୯୬୧ରେ ନୂତନ ଭାବେ ଯୋଡ଼ା ଯାଇଥିବା ନିୟମ ୧୮(କ) ଅନୁସାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଭୋଟରମାନେ କେବଳ ‘ଫେସିଲିଟେସନ୍‌ ସେଣ୍ଟର’ରେ ହିଁ ନିଜ ନିଜର ମତଦାନ କରିବେ । ଏଣୁ ଏହି ଡ୍ରାଇଭର, କଣ୍ଡକଫର, କ୍ଲିନର୍‌ମାନେ ରିଟର୍ଣ୍ଣିଂ ଅଫିସରଙ୍କ ଦ୍ୱାରା ସ୍ଥିରୀକୃତ ସ୍ଥାନ ଓ ସମୟ ଅବଧି ମଧ୍ୟରେ ଫେସିଲିଟେସନ୍‌ ସେଣ୍ଟରରେ ମତଦାନ କରିବେ ।

ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା କରାଯାଇଥିବା ଏହି ବ୍ୟବସ୍ଥା ଯେପରି ଓଡ଼ିଶାରେ ଉପଯୁକ୍ତ ଭାବରେ କାର୍ଯ୍ୟକାରୀ ହୋଇପାରିବ ସେଥିପାଇଁ ସମସ୍ତ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ କମିଶନ ଓ ସମସ୍ତ ଜିଲା ନିର୍ବାଚନ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?