ଟ୍ରକ ତଳେ ଶୋଇଥିଲେ: ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବାଲିଗୁଡ଼ା:୨୨।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରକ ତଳେ ଶୋଇଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ । କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବୁଢ଼ାନଈ ନିକଟରେ ଘଟିଛି ଏଭଳି ଏକ ଅଘଟଣ । ଟ୍ରକର ଯାନ୍ତ୍ରିକ ତ୍ରୁଟି ଯୋଗୁ ୫ଦିନ ହେଲା ରାସ୍ତା କଡ଼ରେ ଗାଡ଼ି ରଖି ଜଗି ରହିଥିଲେ ଡ୍ରାଇଭର । ମୃତ ଟ୍ରକ ଡ୍ରାଇଭର ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ଅଞ୍ଚଳର ଚିତ୍ତରଞ୍ଜନ ବସ୍ତିଆ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଡ୍ରାଇଭର ଜଣକ ଟ୍ରକ(ନଂ.ଓଡି୦୫ଜେଡ-୦୩୦୬)ଧରି ପାରିଗଡ଼ରୁ ଫୁଲବାଣୀ ଯାଉଥିବା ବେଳେ ବାଲିଗୁଡ଼ା ଥାନା ବୁଢ଼ାନଈ ନିକଟରେ ଟ୍ରକଟିରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇ ଥିଲା । ମରାମତି କରିବା ପାଇଁ ଗାଡ଼ି ଅଟକାଇ ଡ୍ରାଇଭର ଜଣକ ପାଞ୍ଚଦିନ ହେବ ରାସ୍ତା କଡ଼ରେ ଗାଡ଼ିକୁ ଜଗି ରହିଥିଲେ । ଗାଡ଼ି ତଳେ ଶୋଇଥିବା ବେଳେ ଦୀର୍ଘ ସମୟ ଧରି ସେ ନ ଉଠିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଥିଲା ।

ଏନେଇ ବାଲିଗୁଡ଼ା ଥାନା ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିବା ଜଣାପଡ଼ିଛି। ତେବେ ସମ୍ପୃକ୍ତ ଡ୍ରାଇଭର ଜଣଙ୍କ ମୃତ୍ୟୁ କିଭଳି ଘଟିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri