ଆଜିଠୁ ଡ୍ରାଇଭର ମହାମଞ୍ଚର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୮।୭(ସତ୍ୟଜିତ୍‌ ରାଉତ): ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ଷ୍ଡିଅରିଂ ଛାଡ଼ ଆନ୍ଦୋଳନ କରାଯିବ। ୬ ଦଫା ଦାବିରେ ଏହି ଅନ୍ଦୋଳନ ଡାକରା ଦିଆଯାଇଛି। ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍‌ ଓ୍ବାର୍କର୍ସ ଓ୍ବେଲ୍‌ଫେୟାର ବୋର୍ଡରେ ସାମିଲ କରିବାକୁ ମଞ୍ଚ ଦାବି କରିଛି। ଏଥିସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ, ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ଗାଡ଼ିଗୁଡ଼ିକ ପାର୍କିଂ ଓ ଡ୍ରାଇଭରମାନଙ୍କ ବିଶ୍ରାମ ପାଇଁ ପାର୍କିଂ ସହ ବିଶ୍ରାମାଗାର ଏବଂ ଶୌଚାଳୟ ବ୍ୟବସ୍ଥା, ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣି ଖାଦାନ ଓ କାରଖାନା ଗୁଡ଼ିକରେ ୭୦% ରାଜ୍ୟ ଡ୍ରାଇଭରମାନଙ୍କୁ କାମ କରିବା ପାଇଁ ଅଗ୍ରାଧିକାର ଦିଆଯିବା ଏବଂ ସେପ୍ଟେମ୍ବର ୧କୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରିବା ଦାବି ରହିଛି।

ସୂଚନାଯୋଗ୍ୟ, ଗତ ଜୁନ ୯ରେ ମହାମଞ୍ଚ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଉପରୋକ୍ତ ୬ଟି ଦାବି ଉପସ୍ଥାପନା କରାଯାଇଥିଲା। ରାଜ୍ୟ ସରକାର ମଞ୍ଚର ଏହି ଦାବିଗୁଡିକ ପୂରଣ ନ କଲେ ଜୁଲାଇ ୮ରେ ରାଜ୍ୟବ୍ୟାପୀ ମଞ୍ଚର ଡ୍ରାଇଭରମାନେ ଷ୍ଟିଅରିଂ ଛାଡ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦିଆଯାଇଥିଲା। ଏହିକ୍ରମରେ ମଙ୍ଗଳବାର ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏକତା ମହାମଞ୍ଚ ଜରିଆରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ଡ୍ରାଇଭର ମହାସଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଳି ଫେସ୍‌ବୁକ ଜରିଆରେ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଏହି ଆନ୍ଦୋଳନକୁ ଓଡ଼ିଶା ସଡ଼କ ପରିବହନ ଶ୍ରମିକ ମହାସଂଘ ମିଳିତ ମଞ୍ଚ ପକ୍ଷରୁ ବିରୋଧ କରାଯାଇଛି। ମଞ୍ଚ କହିଛି, ରାଜ୍ୟରେ ୩୫ଟି ସଂଘ ଥିବାବେଳେ ଗୋଟିଏ ସଂଘ ବନ୍ଦ ଡାକରା ଦେଇଛି। କୌଣସି ଡ୍ରାଇଭର କିମ୍ବା ଟ୍ରାନ୍ସପୋର୍ଟ ୱାର୍କର୍ସ ସଂଘ ଏହି ଆନ୍ଦୋଳନକୁ ସମର୍ଥନ କରୁନାହିଁ। ସରକାର ସୁରକ୍ଷା ଦେଲେ ଯାନବାହନ ଚଳାଚଳ ସ୍ବାଭାବିକ ରହିବ ବୋଲି ମିଳିତ ମଞ୍ଚ ସାଂଗଠନିକ ସମ୍ପାଦକ ସନ୍ତୋଷ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri