ଆଜିଠୁ ଡ୍ରାଇଭର ମହାମଞ୍ଚର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୮।୭(ସତ୍ୟଜିତ୍‌ ରାଉତ): ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ଷ୍ଡିଅରିଂ ଛାଡ଼ ଆନ୍ଦୋଳନ କରାଯିବ। ୬ ଦଫା ଦାବିରେ ଏହି ଅନ୍ଦୋଳନ ଡାକରା ଦିଆଯାଇଛି। ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍‌ ଓ୍ବାର୍କର୍ସ ଓ୍ବେଲ୍‌ଫେୟାର ବୋର୍ଡରେ ସାମିଲ କରିବାକୁ ମଞ୍ଚ ଦାବି କରିଛି। ଏଥିସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ, ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ଗାଡ଼ିଗୁଡ଼ିକ ପାର୍କିଂ ଓ ଡ୍ରାଇଭରମାନଙ୍କ ବିଶ୍ରାମ ପାଇଁ ପାର୍କିଂ ସହ ବିଶ୍ରାମାଗାର ଏବଂ ଶୌଚାଳୟ ବ୍ୟବସ୍ଥା, ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣି ଖାଦାନ ଓ କାରଖାନା ଗୁଡ଼ିକରେ ୭୦% ରାଜ୍ୟ ଡ୍ରାଇଭରମାନଙ୍କୁ କାମ କରିବା ପାଇଁ ଅଗ୍ରାଧିକାର ଦିଆଯିବା ଏବଂ ସେପ୍ଟେମ୍ବର ୧କୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରିବା ଦାବି ରହିଛି।

ସୂଚନାଯୋଗ୍ୟ, ଗତ ଜୁନ ୯ରେ ମହାମଞ୍ଚ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଉପରୋକ୍ତ ୬ଟି ଦାବି ଉପସ୍ଥାପନା କରାଯାଇଥିଲା। ରାଜ୍ୟ ସରକାର ମଞ୍ଚର ଏହି ଦାବିଗୁଡିକ ପୂରଣ ନ କଲେ ଜୁଲାଇ ୮ରେ ରାଜ୍ୟବ୍ୟାପୀ ମଞ୍ଚର ଡ୍ରାଇଭରମାନେ ଷ୍ଟିଅରିଂ ଛାଡ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦିଆଯାଇଥିଲା। ଏହିକ୍ରମରେ ମଙ୍ଗଳବାର ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏକତା ମହାମଞ୍ଚ ଜରିଆରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ଡ୍ରାଇଭର ମହାସଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଳି ଫେସ୍‌ବୁକ ଜରିଆରେ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଏହି ଆନ୍ଦୋଳନକୁ ଓଡ଼ିଶା ସଡ଼କ ପରିବହନ ଶ୍ରମିକ ମହାସଂଘ ମିଳିତ ମଞ୍ଚ ପକ୍ଷରୁ ବିରୋଧ କରାଯାଇଛି। ମଞ୍ଚ କହିଛି, ରାଜ୍ୟରେ ୩୫ଟି ସଂଘ ଥିବାବେଳେ ଗୋଟିଏ ସଂଘ ବନ୍ଦ ଡାକରା ଦେଇଛି। କୌଣସି ଡ୍ରାଇଭର କିମ୍ବା ଟ୍ରାନ୍ସପୋର୍ଟ ୱାର୍କର୍ସ ସଂଘ ଏହି ଆନ୍ଦୋଳନକୁ ସମର୍ଥନ କରୁନାହିଁ। ସରକାର ସୁରକ୍ଷା ଦେଲେ ଯାନବାହନ ଚଳାଚଳ ସ୍ବାଭାବିକ ରହିବ ବୋଲି ମିଳିତ ମଞ୍ଚ ସାଂଗଠନିକ ସମ୍ପାଦକ ସନ୍ତୋଷ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri