ଡ୍ରାଇଭରମାନେ ବଞ୍ଚାଇଲେ ପୋଲିସ ଅଧିକାରୀଙ୍କ ଜୀବନ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଧୀରେ ଧୀରେ ଲୋକଙ୍କ ମଧ୍ୟରେ ମାନବିକତା ମରିଯାଉଛି। ତେବେ କେତେକଙ୍କ ମଧ୍ୟରେ ମଣିଷପଣିଆ ଏବେ ମଧ୍ୟ ବଞ୍ଚିରହିଛି। ରାୟଗଡ଼ା ଜିଲା ପଦ୍ମପୁର ଅଞ୍ଚଳରେ ଶନିବାର ରାତିରେ ଏଭଳି କିଛି ଦେଖିବାକୁ ମିଳିଥିଲା। ସୁନାରିଘାଇ ଛକ ନିକଟରେ ଜଣେ ପୋଲିସ ଅଧିକାରୀ ସଂଜ୍ଞାହୀନ ଅବସ୍ଥାରେ ପଡ଼ିଥିବାବେଳେ ସ୍ଥାନୀୟ ଡ୍ରାଇଭର ସଂଘର କର୍ମକର୍ତ୍ତାମାନେ ତାଙ୍କୁ ଉଦ୍ଧାର କରି ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଥିଲେ। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗୁଣପୁରର ଏସ୍‌ଡିପିଓଙ୍କ ସ୍ବତନ୍ତ୍ର ସ୍କ୍ବାଡ ଅଫିସର ଥିବା ଯୋଗେଶ୍ୱର ଶବର ବାଇକ୍‌ ଯୋଗେ ଗୁଡାରି ବ୍ଲକ ଡୁମ୍ବାଗୁଡ଼ା ଗ୍ରାମରୁ ଫେରୁଥିଲେ। ସୁନାରିଘାଇ ଛକ ନିକଟରେ ହଠାତ ବାଇକ୍‌ ରଖିବା ସମୟରେ ସଂଜ୍ଞାହୀନ ହୋଇ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଡ୍ରାଇଭରମାନେ ଏହା ଦେଖି ଅଟୋରେ ଡାକ୍ତରଖାନା ନେଇଥିଲେ। ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ବିକାଶ ଦଳେଇ ଯୋଗେଶ୍ୱରଙ୍କ ଚିକିତ୍ସା କରି ରକ୍ତଚାପ ବଢ଼ିଯାଇଥିବାରୁ ଅକ୍ସିଜେନ୍‌ ଦେଇ ଚିକିତ୍ସା କରିଥିଲେ। ବିଳମ୍ବିତ ରାତିରେ ତାଙ୍କର ଚେତା ଫେରିଥିଲା। ଏହାପରେ ସେ ନିଜ ପରିଚୟ ଦେଇଥିଲେ। ଖବର ପାଇ ପଦ୍ମପୁର ପୋଲିସ ଓ କେନ୍ଦୁଗୁଡ଼ା ପୋଲିସ ଅଧିକାରୀମାନେ ପହଞ୍ଚି ଯୋଗେଶ୍ୱରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ରବିବାର ସକାଳେ ତାଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଥିବା ଜଣାପଡ଼ିଛି। ତେବେ ଡ୍ରାଇଭରମାନେ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜଣେ ପୋଲିସ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବାରୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?