ଦାବି ପୂରଣ ନ ହେବା ଯାଏ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଡାବୁଗାଁ, ୨୧।୪ (ଡି.ଏନ୍‌.ଏ.): ରାଜ୍ୟ ଓଡ଼ିଶା ଡ୍ରାଇଭର ମହାସଂଘ ଡାକରାରେ ଡାବୁଗାଁ ଶାଖା ତରଫରୁ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ଆରମ୍ଭ ହୋଇଛି। ମଙ୍ଗଳବାର ଏହି ଆନ୍ଦୋଳନ ସମ୍ପର୍କରେ ସଂଘ ପକ୍ଷରୁ ଡାବୁଗାଁ ଥାନାରେ ସୂଚନା ଦିଆଯାଇଥିଲା। ଓଡ଼ିଶା ଡ୍ରାଇଭର ମହାସଂଘ ଚଳିତ ମାସ ୧୮ତାରିଖରେ ୧୦ ଦଫା ଦାବି ନେଇ ଭୁବନେଶ୍ୱରରେ ଶୋଭାଯାତ୍ରା କରିବା ସହ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ତେବେ ରାଜ୍ୟ ସରକାରଙ୍କ ବିଭାଗୀୟ ମନ୍ତ୍ରୀ ୩ ମାସ ସମୟ ନେଇଛନ୍ତି। ମହାସଂଘ ନିଷ୍ପତ୍ତି ଅନୁସାରେ ଜିଲାର ଡ୍ରାଇଭରମାନେ ଦାବି ପୂରଣ ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସଂଘ ପକ୍ଷରୁ କୁହାଯାଇଛି। ସମସ୍ତ ପରିବହନ ଗାଡ଼ିକୁ ବନ୍ଦ କରି ଆନ୍ଦୋଳନ ହେବ। ଏଥିରୁ ଦୁଗ୍ଧଜାତ ଦ୍ରବ୍ୟ, ପନିପରିବା, ଔଷଧ ଓ ଫଳମୂଳ ଭଳି ଲୋକଙ୍କ ଜରୁରୀ ଜିନିଷ ନେବା ଆଣିବା କରୁଥିବା ଗାଡ଼ିଗୁଡିକୁ ବାଦ୍‌ ଦିଆଯାଇଛି। ସେହିପରି ପୋଲିସ, ଅଗ୍ନିସେବା ଓ ଆମ୍ବୁଲାନ୍ସ ଗାଡ଼ି ସମେତ ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସାମିଲ ହୋଇଥିବା ଯାନବାହନ ସ୍ବାଭାବିକଭାବେ ଯାତାୟାତ କରିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଆନ୍ଦୋଳନରେ ଓଡ଼ିଶା ଡ୍ରାଇଭର ମହାସଂଘ ଡାବୁଗାଁ ବ୍ଲକ ଶାଖା ସଭାପତି ସନ୍ତୋଷ ଭତ୍ରା, ଉପସଭାପତି ଦିଲୀପ ନାୟକ, ସମ୍ପାଦକ ଅମୀର ଅଲ୍ଲୀ ଖାନ, ଯୁଗ୍ମ ସମ୍ପାଦକ ବିଶ୍ୱଜିତ ବୈଠାରୁ, କୋଷାଧ୍ୟକ୍ଷ ଉମାକାନ୍ତ ପାତ୍ର, ଡମ୍ବରୁ ନାୟକ, ପ୍ରଶାନ୍ତ ଭତ୍ରା, ନରେନ୍ଦ୍ର ପୂଜାରୀ, ରାମଚନ୍ଦ୍ର ହରିଜନ, ଦୟାବାନ ଭତ୍ରା, ମାଙ୍କୁ ଗୌଡ଼, ଧନେଶ୍ୱର ନାୟକ, ଗୋବିନ୍ଦ ଗୌଡ଼, ମାଣିକଚନ୍ଦ ମାଝିଙ୍କ ସମେତ ବ୍ଲକର ୫୦ରୁ ଊର୍ଦ୍ଧ୍ୱ ଡ୍ରାଇଭର ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର

ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ…

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହେଲେ ବ୍ୟକ୍ତି ବିଶେଷ

ନବରଙ୍ଗପୁର,୨୬।୧(ସଦାଶିବ ପ୍ରହରାଜ): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ…

ବାଘଛାଲ ବିକ୍ରି କରୁଥିବା ବେଳେ ରେଡ୍‌ କଲା ବନବିଭାଗ, ୩…

ନବରଙ୍ଗପୁର,୨୩।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ରେଞ୍ଜ ନୁନୁପାଣି ଗ୍ରାମ ନିକଟରେ କଲରାପତରିଆ ବାଘ ଛାଲର ଡିଲ ଚାଲିଥିଲା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ବନ…

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…

ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍

କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ…

ଧାନମଣ୍ଡି ଅବ୍ୟବସ୍ଥା: ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ

ନବରଙ୍ଗପୁର,୧୪ା୧(ସଦାଶିବ ପ୍ରହରାଜ): ମଣ୍ଡିରେ ଧାନ କ୍ରୟ ଆରମ୍ଭରୁ ଅବ୍ୟବସ୍ଥା। ଚାଷୀଙ୍କୁ ଟୋକନ ପ୍ରଦାନରେ ଅହେତୁକ ବିଳମ୍ବ ସାଙ୍ଗକୁ କଟ୍‌ନି ଛଟ୍‌ନି ବାହାନାରେ ଶୋଷଣ। ସାମାନ୍ୟ ବିଳମ୍ବରେ ଧାନମଣ୍ଡିରେ…

୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri