ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ: ଫଶିଲେ ୪୦ ତୀର୍ଥଯାତ୍ରୀ

ବାଲିଗୁଡ଼ା,୧୫।୩:(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାର ପ୍ରଭାବ କନ୍ଧମାଳ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବାଲିଗୁଡ଼ାଠାରେ ଡ଼୍ରାଇଭରମାନେ ଏକତ୍ରିତ ହୋଇ ଗାନ୍ଧୀ ଛକଠାରେ ଧାରଣା ଦେଇଛନ୍ତି। ଏଠାରୁ ବିଭିନ୍ନ ଅଞ୍ଚଳକୁ ବେସରକାରୀ ବସ ଚଳାଚଳ ନ କରି ବସଷ୍ଟାଣ୍ଡରେ ଅଟକି ରହିଥିଲା। ସେଥିରେ ମଧ୍ୟ ଏକ ତୀର୍ଥଯାତ୍ରୀ ବସ ମଧ୍ୟ ଅଟକି ରହିଥିଲା। ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁ ତୀର୍ଥଯାତ୍ରୀ ହଇରାଣ ହୋଇଥିଲେ। ଆନ୍ଦୋଳନରେ ସାମିଲ ହେବା ପାଇଁ ଅଧା ରାସ୍ତାରେ ବସ ଡ୍ରାଇଭର ଛାଡି ଦେବାରୁ ବାଲିଗୁଡା ବସଷ୍ଟାଣ୍ଡରେ କୋରାପୁଟ ଜିଲା ବୈପାରୀଗୁଡାର ୪୦ ତୀର୍ଥଯାତ୍ରୀ ଫସି ରହିଥିଲେ। ଗତ ୧ରୁ ତୀର୍ଥଯାତ୍ରୀ ଉତ୍ତର ଭାରତ ଭ୍ରମଣରେ ଯାଇଥିଲେ। ବୁଧବାର ସକାଳେ ଆସି ବାଲିଗୁଡାରେ ପହଞ୍ଚିଥିଲେ। ହେଲେ ବସ ଡ୍ରାଇଭର ଆନ୍ଦୋଳନରେ ସାମିଲ ହେବା ପାଇଁ ଅଧାରେ ଛାଡି ଦେଇଥିଲେ।
ସରକାର ଓ ପ୍ରଶାସନକୁ ନିବେଦନ କରିବା ପରେ ଏଥିରେ ବାଲିଗୁଡ଼ା ଥାନା ଅଧିକାରୀ ବାବା ଶଙ୍କର ସରାଫ ହସ୍ତକ୍ଷେପ କରି ତୀର୍ଥଯାତ୍ରୀ ବସଟିକୁ ସୁରକ୍ଷା ଯୋଗାଇ ସହର ଅତିକ୍ରମ କରାଇଥିଲେ। ଦୀର୍ଘ ୫ଘଣ୍ଟା ଅଟକିବା ପରେ ତୀର୍ଥଯାତ୍ରୀମାନେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ଯାଇ ପାରିଥିବାରୁ ବାଲିଗୁଡା ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri