ଗଡ଼ୁନି ଗାଡ଼ି, ବଢ଼ୁଛି ଦୁର୍ଦ୍ଦଶା

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ ଓ ପରିବହନ କ୍ଷେତ୍ରରେ ସଙ୍କଟ ସୃଷ୍ଟି ହୋଇଛି। ପେଟ୍ରୋଲ ସଙ୍କଟ ଅନୁଭବ କରି ପ୍ରାୟ ସବୁ ଟାଙ୍କିରେ ଗାଡ଼ିଗୁଡ଼ିକର ଲମ୍ବା ଧାଡ଼ି ରହୁଛିି। ଅନ୍ୟପକ୍ଷରେ ଭୁବନେଶ୍ୱର ବରମୁଣ୍ଡା ସମେତ ରାଜ୍ୟ ପ୍ରାୟ ସମସ୍ତ ବସ୍‌ଷ୍ଟାଣ୍ଡରେ ବସ୍‌ଗୁଡ଼ିକ ଅଟକି ରହିଥିବାବେଳେ ଲୋକେ ନିଜ ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଦୁର୍ଦ୍ଦଶା ଭୋଗୁଛନ୍ତି। ପରିବହନ ବ୍ୟବସ୍ଥାରେ ସୁଧାର ଆସୁ ନ ଥିବାରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଦର ବଢ଼ିବାରେ ଲାଗିଛି।
ଅନ୍ୟପକ୍ଷରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ଶୁକ୍ରବାର(୧୧ ତାରିଖ) ରହିଥିବା ବେଳେ ଡ୍ରାଇଭର ମହାସଂଘ ଚଳାଇଥିବା ଆନ୍ଦୋଳନକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଡ୍ରାଇଭର ମହାସଂଘକୁ ଗୋଟିଏ ଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବା ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ ନିବେଦନ କରିଛନ୍ତି। ଏହାସହିତ ସେ କହିଛନ୍ତି, ଏହି ଆନ୍ଦୋଳନ ପଛରେ ସରକାରୀ ଷଡ଼ଯନ୍ତ୍ର ରହିଛି। ଗୁରୁବାର ଅପରାହ୍ନରେ ପିସିସି ସଭାପତି ଦାସ ଖବରଦାତା ସମ୍ମିଳନୀରେ କହିଛନ୍ତି, କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ’ ମହାସମାବେଶରେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପୂର୍ବରୁ ଘୋଷଣା ହୋଇଛି। କଂଗ୍ରେସର ସମାବେଶକୁ ସଫଳ କରିବା ପାଇଁ ରାଜ୍ୟସାରା ଲୋକେ ରାଜଧାନୀକୁ ଆସିବାକୁ ଚାହୁଁଛନ୍ତି। ହେଲେ ଏଥିରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ବାଧା ସୃଷ୍ଟି କରୁଛି। ଏହି ଆନ୍ଦୋଳନ ପଛରେ ସରକାରଙ୍କ ପ୍ରଚ୍ଛନ୍ନ ହାତ ରହିଛି। ପୂର୍ବରୁ ବିରୋଧୀ ଦଳରେ ଥିବାବେଳେ ଭାଜପା ପକ୍ଷରୁ ମହାସଂଘର ଆନ୍ଦୋଳନକୁ ସରକାର କାହିଁକି ପୂରଣ କରୁନାହାନ୍ତି ବୋଲି ଯୁକ୍ତି ବାଢୁଥିଲେ। ହେଲେ ଏବେ ଏହି ଆନ୍ଦୋଳନ ଏକ ପ୍ରକାର ପ୍ରାୟୋଜିତ। କଂଗ୍ରେସକୁ ଟାର୍ଗେଟ କରି ଓଡ଼ିଶା ଲୋକଙ୍କୁ ହଇରାଣ କରିବା ପାଇଁ ଏହା ସୁଚିନ୍ତିତ ଯୋଜନା। ହେଲେ ଲୋକେ ଏହାକୁ ବରଦାସ୍ତ କରିବେ ନାହିଁ। ରାଜ୍ୟରେ ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ରାହୁଲ ଗାନ୍ଧୀ ଓଡ଼ିଶା ଆସୁଛନ୍ତି। ରାହୁଲ ଆସିଲେ ଓଡ଼ିଶାରେ ଏକ ନୂଆ ରାଜନୈତିକ ବାତାବରଣ ସୃଷ୍ଟି ହେବ। ହେଲେ ଏହାକୁ ଭଣ୍ଡୁର କରାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସେହିପରି ବିଜେଡି ନେତ୍ରୀ ତଥା ବିରୋଧୀଦଳ ମୁଖ୍ୟସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ବିରୋଧୀ ଦଳରେ ଥିବାବେଳେ ଡ୍ରାଇଭର ସଂଘର ଦାବି ଯୁକ୍ତିଯୁକ୍ତ ବୋଲି କହୁଥିଲେ। ସଂଘର ଦାବି ପୂରଣ କରିବାକୁ ସରକାରଙ୍କଠାରେ ଦାବି ରଖିଥିଲେ। ସଂଘର ଦାବି ଯୁକ୍ତିଯୁକ୍ତ, ତେଣୁ ସରକାର ତୁରନ୍ତ ପୂରଣ କରନ୍ତୁ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଭାଜପା ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି, କଂଗ୍ରେସ ଯେଉଁ ଅଭିଯୋଗ କରୁଛି ତାହା ସମ୍ପୂର୍ଣ୍ଣ ଭାବେ ଭିତ୍ତିହୀନ। ସରକାରଙ୍କୁ ବଦ୍‌ନାମ କରିବାକୁ ଚାହୁଁଛନ୍ତି ବିରୋଧୀ। କଂଗ୍ରେସ ଏବେ ଯାଏ ଡ୍ରାଇଭର ମହାସଂଘକୁ ଆନ୍ଦୋଳନରୁ ଓହରିବାକୁ ଥରେ ହେଲେ କହିନାହିଁ। ବିରୋଧୀମାନେ ହିଁ ଡ୍ରାଇଭର ମହାସଂଘ ଆନ୍ଦୋଳନ ପଛରେ ଅଛନ୍ତି ବୋଲି ସେ କହିଛନ୍ତି।
ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଡ୍ରାଇଭର ସଂଘର ଦାବିକୁ ସରକାର ବିଚାର କରୁଛନ୍ତି। ସେମାନଙ୍କର ଦାବି ଖୁବ୍‌ଶୀଘ୍ର ପୂରଣ ହେବ। ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଆଦୌ ସଙ୍କଟ ନାହିଁ। ଭୁବନେଶ୍ବରକୁ ୧୫୦ ତେଲ ଟ୍ୟାଙ୍କର ଆସିଥିବାବେଳେ କଟକକୁ ୭୬ ଟ୍ୟାଙ୍କର ଆସିଛି। ସବୁ ସହରକୁ ତେଲ ପଠାଯାଇଛି। ତେଲର କଳାବଜାରକୁ ରୋକିବାପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି କଳାବଜାର ହେବା ନଜରକୁ ଆସିବ ସେଠାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri