ଲକ୍ଷ୍ମୀ ବସକୁ ଅଟକାଇଲେ ଡ୍ରାଇଭର ସଂଘ: ପେଟ୍ରୋଲ ନ ମିଳିବା ଆଶଙ୍କାରେ ଟାଙ୍କିରେ ଗ୍ରାହକଙ୍କ ଭିଡ

ଭଞ୍ଜନଗର,୧୦।୭(ବାବୁଲା ପ୍ରଧାନ): ଡ୍ରାଇଭର ସଂଘ ଏକାଧିକ ଦାବି ନେଇ ଆଜକୁ ତିନିଦିନ ହେବ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏହାଦ୍ବାରା ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି। ଯାନବାହାନ ଚଳାଚଳ ବନ୍ଦ ଯୋଗୁ ବିଭିନ୍ନ ଜିନିଷର ଦରଦାମ ବୃଦ୍ଧି ପାଇଲାଣି। ସରକାର ସମସ୍ୟାର ସମାଧାନ କରିପାରୁନାହାନ୍ତି । ଏହିଭଳି ପରିସ୍ଥିତିରେ ଭଞ୍ଜନଗର ସହରର ଏକାଧିକ ପେଟ୍ରୋଲ ପମ୍ପ ରେ ଗୁରୁବାର ପେଟ୍ରୋଲ ଗଛିତ ନାହିଁ। ତେଣୁ ସହରର ଅନ୍ୟ ପେଟ୍ରୋଲ ପମ୍ପ ଗୁଡିକରେ ପେଟ୍ରୋଲ ପକାଇବା ପାଇଁ ଲୋକଙ୍କ ଭିଡ ଜମିଛି। ଅନ୍ୟପଟେ ଗୁରୁବାର ସକାଳ ୯ଟାରେ ଲକ୍ଷ୍ମୀ ବସ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ଭଞ୍ଜନଗର ସହରରେ ଡ୍ରାଇଭର ସଙ୍ଘର ସଭ୍ୟମାନେ ବସକୁ ଅଟକାଇଥିଲେ। ଏନେଇ ଲକ୍ଷ୍ମୀ ବସ ଚାଳକ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଭିଡିଓ କଲ ମାଧ୍ୟମରେ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ଏହାପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏନେଇ କିଛି ପଦକ୍ଷେପ ନେବାପରେ ବସଟି ଗନ୍ତବ୍ୟ ପଥରେ ଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri