କୋଦଳାରେ ଡ୍ରାଇଭର ସଂଘର ବନ୍ଦ ପାଳନ, ଗଡ଼ିଲାନି ଯାତ୍ରୀବାହୀ ବସ୍‌

ବେଗୁନିଆପଡ଼ା,୧୫।୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ପରେ ଓ ଡ୍ରାଇଭର ମହାସଂଘର ନିଷ୍ପତ୍ତି କ୍ରମେ ୧୦ଦଫା ଦାବି ନେଇ ବୁଧବାରଠାରୁ ଅନିର୍ଦ୍ଧିଷ୍ଟ କାଳପାଇଁ ଷ୍ଟିଅରିଂ ଛାଡ଼ ଆନ୍ଦେଳନ ଆରମ୍ଭ ହୋଇଯାଇଛି। ଗଞ୍ଜାମ ଜିଲା କୋଦଳାଠାରେ ଡ୍ରାଇଭରମାନେ ଏହି ବନ୍ଦକୁ ପାଳନ କରିଛନ୍ତି। ତେବେ ସରକାର ପ୍ରମୁଖ ୧୦ଦଫା ଦାବି ନ ମାନିଲେ ଏହି ଆନ୍ଦୋଳନ ଅନିର୍ଦ୍ଧିଷ୍ଟ କାଳ ପାଇଁ ଜାରି ରହିବ ବୋଲି ସେମାନେ କହିଛନ୍ତି। ଶହ ଶହ ଡ୍ରାଇଭର ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିଛନ୍ତି। କୌଣସି ଅପ୍ରତିକର ପରିସ୍ଥିତିର ମୁକାବିଲା ପାଇଁ ପୋଲିସ ଫୋର୍ସ ମୁତୟନ ହୋଇଥିବା ଦେଖିବାକୁ ମିଳିଛି । କୋଦଳାଠାରେ ଡ୍ରାଇଭର ସଂଘର ଗଞ୍ଜାମ ଜିଲା ସଭାପତି ଓ ରାଜ୍ୟ ଉପସଭାପତି ଯୋଗ ଦେଇଥିଲେ।
ବନ୍ଦ ପାଳନ ଯୋଗୁ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳରୁ ବସ ବ୍ରହ୍ମପୁର ଓ ଭୁବନେଶର ଅଭିମୁଖେ ଯାଇନାହିଁ। ଯାତ୍ରୀମାନେ ନିଜନିଜ ଗନ୍ତବ୍ୟସ୍ଥଳକୁ ଯିବା ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଥିଲା। କୋଦଳା ବସଷ୍ଟାଣ୍ଡ ଖାଁ ଖାଁ ପରିଲକ୍ଷିତ ହୋଇଛି। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ସେପଟେ ଡ୍ରାଇଭରମାନଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ଯଥାର୍ଥତା ଦର୍ଶାଇ ଏହାକୁ ସମର୍ଥନ କରିଛନ୍ତି କୋଦଳା ଏନ୍‌ଏସିର ପୂର୍ବତନ ଅଧକ୍ଷ ତଥା ବିଜେଡି ନେତା ହରପ୍ରସାଦ ସାହୁ। ସରକାର ଏନେଇ ସଚେତନ ଅଛନ୍ତି। ଖୁବଶୀଘ୍ର ଡ୍ରାଇଭରମାନଙ୍କ ଦାବି ନେଇ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଅନ୍ୟପଟେ କୋଦଳା ଏନ୍‌ଏସି ଅଧ୍ୟକ୍ଷ ତଥା ବିଜେପି ନେତା ସୂର୍ଯ୍ୟ ନାରାୟଣ ନାୟକ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ସରକାର ଡ୍ରାଇଭରମାନଙ୍କ ଆନ୍ଦୋଳନ ତୁରନ୍ତ ମାନିବା ଉଚିତ ଓ ପଦକ୍ଷେପ ନିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri