ଦାବି ଶୁଣିଲେନି ସରକାର, ଷ୍ଟିଅରିଂ ଛାଡି ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ବରଗଡ ଅଫିସ,୧୫।୩: ଓଡିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି। ବରଗଡ ଜିଲାରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ସ୍ଥାନୀୟ ହଲଦିପାଲି ଛକ ସମେତ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାଯାତ ବ୍ୟାହତ ହୋଇଥିବାବେଳେ ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଗାଡି ଚଳାଚଳ ଅଟକି ରହିଛି। ତେବେ ସ୍କୁଲ ବସ୍‌ ଏବଂ ଆମ୍ବୁଲାନ୍ସ ସମେତ ଅନ୍ୟ ଜରୁରୀକାଳୀନ ସେବାରେ ବ୍ୟବହୃତ ଗାଡିକୁ ବାଦ୍‌ ଦିଆଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ଏଡାଇବା ନିମନ୍ତେ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଦୁର୍ଘଟଣାରେ ପ୍ରାଣ ହରାଉଥିବା ଡ୍ରାଇଭରଙ୍କୁ ୨୦ ଲକ୍ଷ ବୀମା ରାଶି, ଦୁର୍ଘଟଣା ପରେ ଅକର୍ମଣ୍ୟ ହୋଇଥିବା ଡ୍ରାଇଭରଙ୍କୁଙ୍କୁ ୧୦ ଲକ୍ଷ, ୫୫ବର୍ଷ ପରେ ପେନସନ, ରାସ୍ତା ପାଶର୍‌ବରେ ଶୌଚାଳୟ, ଗାଡି ପାର୍କିଂ ବ୍ୟବସ୍ଥା ଆଦି ଦାବି ରହିଛି। ଏହି ଦାବି ଉପରେ ଯେତେଦିନ ପର୍ଯ୍ୟନ୍ତ ସରକାର ଠୋସ ପଦକ୍ଷେପ ନ ନେବେ, ସେତେଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଡ୍ରାଇଭର ମହାସଂଘ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri