୧୦ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ। ପୂର୍ବରୁ ଏନେଇ ରାଜ୍ୟ ସରକାରଙ୍କୁ ମହାସଂଘ ପକ୍ଷରୁ ଅବଗତ କରାଯାଇଥିଲା। ହେଲେ କୌଣସି ଫଳପ୍ରଦ ନ ହେବାରୁ ଆଜିଠାରୁ ରାଜ୍ୟର ସବୁ ବ୍ଲକ, ସଦର ମହକୁମା ଓ କିଛି ମୁଖ୍ୟ ରାସ୍ତାରେ ଆନ୍ଦୋଳନର ଚେତାବନୀ ଦେଇଛି ଡ୍ରାଇଭର ମହାସଂଘ। ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ ବାଦ୍‌ ଦିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।