ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି: କଂଗ୍ରେସ ଗାଡିକୁ ବାଟ ଛାଡିବା ନେଇ ପରିବହନ ମନ୍ତ୍ରୀ କହିଦେଲେ ବଡ କଥା…

ଭୁବନେଶ୍ୱର,୧୧।୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ରାଜ୍ୟରେ ଜାରି ରହିଛି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ଯେ, ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ। ତେବେ, କଂଗ୍ରେସ ଦଳର ଅନୁରୋଧକୁ ମାନି ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା କଂଗ୍ରେସର ସମ୍ବିଧାନ ବଞ୍ଚାଅ ରାଲି ପାଇଁ ଗାଡ଼ି ଅଟକାଇବା ନାହିଁ ବୋଲି ମହାସଂଘ ନିଷ୍ପତ୍ତି ନେଇଛି। ପିସିସି ସଭାପତିଙ୍କ ଅନୁରୋଧକୁ ଗ୍ରହଣ କରି ଏହି ନିଷ୍ପତ୍ତି ନିଆଯାଇଛି।

ମହାସଂଘର ୭ ଦଫା ଦାବି ନେଇ ଏହି ଆନ୍ଦୋଳନ ଜୁଲାଇ ୮ ତାରିଖରୁ ଆରମ୍ଭ ହୋଇଛି। ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିଥିବା ବେଳେ, ଏହା ଯାତାୟାତ ବ୍ୟବସ୍ଥାକୁ ପ୍ରଭାବିତ କରି ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି।

ଅନ୍ୟପକ୍ଷରେ, ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଛନ୍ତି ଯେ, ଡ୍ରାଇଭର ମହାସଂଘର ସମସ୍ତ ଦାବି ସରକାର ଶୁଣିସାରିଛି ଏବଂ ତାହା କାର୍ଯ୍ୟକାରୀ କରିବା ପାଇଁ ଆଲୋଚନା ଶେଷ ହୋଇଛି। ତେଣୁ, ଆନ୍ଦୋଳନର ଆଉ ଆବଶ୍ୟକତା ନାହିଁ। ସେ ଆହୁରି କହିଛନ୍ତି ଯେ, କଂଗ୍ରେସ ରାଲିକୁ ସମର୍ଥନ ଦେଇ ଏକ ଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବାର ନିଷ୍ପତ୍ତି ରାଜନୀତିକ ଚକ୍ରାନ୍ତର ଅଂଶ। ମନ୍ତ୍ରୀ ଜେନା ଡ୍ରାଇଭର ନେତାମାନଙ୍କୁ ନିରୀହ ଡ୍ରାଇଭରଙ୍କୁ ଭ୍ରମିତ ନ କରିବାକୁ ଏବଂ ଆନ୍ଦୋଳନରୁ ଓହରିବାକୁ ନିବେଦନ କରିଛନ୍ତି।

କଂଗ୍ରେସ ଦଳ ଅଭିଯୋଗ କରିଛି ଯେ, ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ଓ ସମ୍ବିଧାନ ବଞ୍ଚାଅ ସମାବେଶକୁ ବିଫଳ କରିବା ପାଇଁ ଏହି ଆନ୍ଦୋଳନ ଏକ ଚକ୍ରାନ୍ତ। ଅନ୍ୟପକ୍ଷରେ, ଭାଜପା ଏହାକୁ ବିରୋଧୀଙ୍କ ରାଜନୀତି ବୋଲି କହିଛି।

ଏହି ଆନ୍ଦୋଳନ ଯୋଗୁ ରାଜ୍ୟରେ ଯାତାୟାତ ବ୍ୟବସ୍ଥା ଉପରେ ପ୍ରଭାବ ପଡ଼ୁଥିବା ବେଳେ, ସରକାର ଓ ଡ୍ରାଇଭର ମହାସଂଘ ମଧ୍ୟରେ ଆଲୋଚନା ଜାରି ରହିଛି। ସରକାର ଲିଖିତ ପ୍ରତିଶ୍ରୁତି ଦେଲେ ଆନ୍ଦୋଳନ ପ୍ରତ୍ୟାହାର କରାଯିବ ବୋଲି ମହାସଂଘ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri