ଗାଡ଼ି ଚଲାଉଥିଲେ…

ବର୍ତ୍ତମାନ ଅଧିକାଂଶ ମହିଳା ଟୁ ହ୍ବିଲର ହେଉ ବା ଫୋର୍‌ ହ୍ବିଲର ଗାଡି ଚଲାଉଥିବାର ଦେଖିବାକୁ ମିଳୁଛି। ତେବେ ଗାଡି ଚଲାଇବା ସମୟରେ କେତୋଟି ସମାନ୍ୟ କଥାକୁ ଅଣଦେଖା କରିବା ଦ୍ୱାରା ଅନେକେ ଦୁର୍ଘଟଣାର ଶିକାର ହେଉଥିବାର ନଜିର ବି ରହିଛି। ତେଣୁ କେଉଁ ସବୁ ଦିଗ ପ୍ରତି ସଜାଗ ରହିଲେ ନିରାପଦ ଭାବେ ଗାଡି ଚଲାଇପାରିବେ ଜାଣି ରଖନ୍ତୁ ସେ ସମ୍ପର୍କରେ…
– ଗାଡି ଚଲାଉଥିବା ସମୟରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍ପିଡ୍‌ ନିୟନ୍ତ୍ରଣ। ଏଥିପ୍ରତି ସଜାଗ ରହିଲେ ଦୁର୍ଘଟଣା ଆଶଙ୍କା କମ୍‌। ରାସ୍ତାରେ ସବୁବେଳେ ଟ୍ରାଫିକ୍‌ ନିୟମ ମାନନ୍ତୁ।
– ନୂଆ ନୂଆ ଗାଡି ଚଲାଉଥିଲେ ଗହଳି ସ୍ଥାନକୁ ନ ଯିବା ଭଲ। ନଚେତ୍‌ ଦୁର୍ଘଟଣାର ଆଶଙ୍କା ରହିଛି।
– ଅଧିକାଂଶ ମହିଳା କେଶ ଖରାପ ହୋଇଯିବ ଭାବି ହେଲ୍‌ମେଟ ପିନ୍ଧିବାକୁ ପସନ୍ଦ କରନ୍ତି ନାହିଁ। ହେଲେ ଦୁଇଚକିଆ ଗାଡ଼ି ଚଲାଉଥିଲେ ସୁରକ୍ଷା ଦୃଷ୍ଟିରୁ ସର୍ବପ୍ରଥମେ ହେଲ୍‌ମେଟ୍‌ ପିନ୍ଧିବାକୁ ଭୁଲନ୍ତୁ ନାହିଁ। କାରଣ ଦୈବାତ୍‌ କୌଣସି ଦୁର୍ଘଟଣାର ସମ୍ମୁଖୀନ ହେଲେ ଏହା ମୁଣ୍ଡକୁ ସୁରକ୍ଷିତ ରଖିଥାଏ।
– ଗାଡି ଚଲାଇବା ସମୟରେ ମୁହଁ ଦେଖିବା କିମ୍ବା ସଜାଡି ହେବାର ବଦଭ୍ୟାସ ଅନେକଙ୍କର ରହିଛି। ଯାହାଦ୍ୱାରା ନା କେବଳ ରାସ୍ତା ଉପରୁ ଧ୍ୟାନ ଭଙ୍ଗ ହୋଇଥାଏ ବରଂ ମିରର୍‌ରେ ପଛ ଗାଡି ମଧ୍ୟ ଦେଖି ହୋଇ ନ ଥାଏ। ଫଳରେ ଦୁର୍ଘଟଣାର ଆଶଙ୍କା ବୃଦ୍ଧି ପାଇଥାଏ।
– ଗାଡି ଚଲାଇବା ବେଳେ ନିଜକୁ କମ୍ଫର୍ଟେବଲ୍‌ ଲାଗିବା ଭଳି ପୋଷାକ ପିନ୍ଧନ୍ତୁ। ଯଦି ଶାଢି କିମ୍ବା ଚୁଡିଦାର, ସାଲଓ୍ବାର୍‌- ପଞ୍ଜାବୀ ଭଳି ପୋଷାକ ପିନ୍ଧୁଛନ୍ତି ତେବେ ଏହାର ପଣତ ଏବଂ ଓଢ଼ଣି ଆଦିକୁ ଭଲ ଭାବେ ସମ୍ଭାଳି ରଖନ୍ତୁ। କାରଣ ଅନେକ ସମୟରେ ଏଥିପାଇଁ ଦୁର୍ଘଟଣା ହେଉଥିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri