ଟୟୋଟା ହାଇଲକ୍ସର ଅପରୋଡିଂ ଏକ୍ସପେରିଏନ୍ସ

ଭୁବନେଶ୍ୱର,୧୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା ଇଣ୍ଡିଆ’ର ବହୁ ପ୍ରତୀକ୍ଷିତ ତଥା ବ୍ରାଣ୍ଡ୍‌ର ପ୍ରମୁଖ ମଡେଲ ଟୟୋଟା ହାଇଲକ୍ସର ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀ ସର୍ବଭାରତୀୟସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏକ ୩ ଦିନିଆ ସ୍ବତନ୍ତ୍ର ଡ୍ରାଇଭିଂ ତଥା ଅପରୋଡିଂ ଅଭିଜ୍ଞତାର କଳା ପ୍ରଦଶର୍ନୀ ଅଭିଜ୍ଞ ଓ ଦକ୍ଷ ଗାଡ଼ି ଚାଳକଙ୍କ ଦ୍ୱାରା ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଇସ୍ପ୍ରିଟୀ ଟୟୋଟା କଟକ, ନୀଲମ ଟୟୋଟା ପଟିଆ ଭୁବନେଶ୍ୱର ପକ୍ଷରୁ ରବିବାର ଭୁବନେଶ୍ୱରର ବରମୁଣ୍ଡା ଖେଳପଡ଼ିଆଠାରେ ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ଟୟୋଟା କିର୍ଲୋସ୍କାର ମୋଟର୍ସର ଆର୍‌ଏମ୍‌ ଅନିମେଶ ନାଗ, ଟିଏମ୍‌ ଚୟନ ସରକାରଙ୍କ ସମେତ ଇସ୍ପ୍ରିଟୀ ଟୟୋଟାର ଏଭିପି (ସେଲ୍‌ସ ଆଣ୍ଡ ମାର୍କେଟିଂ) ସତୀର୍ଥ ନାୟକ,ନୀଲମ ଟୟୋଟାର ଏମ୍‌ଡି ସିଦ୍ଧାର୍ଥ ସାରାଓଗି ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଟୟୋଟା ହାଇଲକ୍ସର ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀର ୨ୟ ଦିନରେ ୫୦ରୁ ଅଧିକ ଅଭିଜ୍ଞ ଗାଡି ଚାଳକ ଓ ମାଲିକ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରଦଶର୍ନୀ ମଙ୍ଗଳବାର ମଧ୍ୟ ଉଭୟ ଇସ୍ପ୍ରିଟୀ ଟୟୋଟା କଟକ ଓ ନୀଲମ ଟୟୋଟା ପଟିଆ ଭୁବନେଶ୍ୱରଙ୍କ ଜରିଆରେ ଆୟୋଜିତ ହେବ। ଏପରିକି ସକାଳ ୯ ଘଟିକାରୁ ଏହି ପ୍ରଦର୍ଶନୀ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri