୧୮ରୁ ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ: ଏବେ ନୂଆ ଆବେଦନ ମନା

ଭୁବନେଶ୍ୱର ୧୧।୯(ବ୍ୟୁରୋ): ମାର୍ଚ୍ଚ ୨୫ରୁ ବନ୍ଦ ଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଓ ଲର୍ନିଂ ଲାଇସେନ୍ସ (ଏଲ୍‌ଏଲ୍‌) ପୁନର୍ବାର ଆରମ୍ଭ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୧୮ରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ସ୍କିଲ୍‌ ଟେଷ୍ଟ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ଏହି ଟେଷ୍ଟ ଲାଗି ଅନଲାଇନ ସ୍ଲଟ ବୁକିଂ ସେବା ୧୪ ତାରିଖ ଦିନ ୧୧ଟା ପରଠାରୁ କରାଯାଇପାରିବ। ମାତ୍ର ନୂଆ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ନିଂ ଲାଇସେନ୍ସ ଆବେଦନ ସେବା ବନ୍ଦ ରହିବ ବୋଲି କୁହାଯାଇଛି।
ଏସ୍‌ଟିଏ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଯେଉଁମାନଙ୍କର ଲର୍ନିଂ ଲାଇସେନ୍ସ ଅବଧି ମାର୍ଚ୍ଚ ୧୮ରୁ ଡିସେମ୍ବର ୩୧ ମଧ୍ୟରେ ସମାପ୍ତ ହେଉଛି, ତାହା ଡିସେମ୍ବର ୩୧ ତାରିଖ ଯାଏ ବୈଧ ରହିବ। ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଓ ଏଲ୍‌ଏଲ୍‌ ଟେଷ୍ଟ ପାଇଁ ସ୍ଲଟ୍‌ ବୁକିଂ ରଦ୍ଦ କରାଯାଇଥିଲା। ତେବେ ଏଥିପାଇଁ ଯେଉଁମାନେ ଫି ଦେଇଥିଲେ ତାହା ବୈଧ ରହିଛି। ଡିଏଲ ସ୍କିଲ ଟେଷ୍ଟ ପାଇଁ ସ୍ଲଟ୍‌ ବୁକିଂ ପ୍ରକ୍ରିୟା ୧୪ ତାରିଖ ପୂର୍ବାହ୍ନ ୧୧ଟା ପରଠାରୁ କରାଯାଇପାରିବ। ଏହାପରେ ପ୍ରତ୍ୟେକ ଦିନ ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଟେଷ୍ଟ ସ୍ଲଟ୍‌ ବୁକିଂ କରିହେବ। ଯେଉଁମାନେ ପୂର୍ବରୁ ଡିଏଲ୍‌ ପାଇଁ ଆବେଦନ କରିଥିଲେ ସେମାନେ ହିଁ କେବଳ ଡିଏଲ୍‌ ସ୍କିଲ୍‌ ଟେଷ୍ଟ କରିପାରିବେ। ଡିଏଲ୍‌ ନବୀକରଣ ସହ ପୁନଃ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri