ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ ବୁଧବାର ଖାରବେଳ ଭବନଠାରେ ଓଡ଼ିଶା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଏବଂ ମେସର୍ସ ଅକ୍ଷରା ନିପୁନ ଜେଭି ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁଙ୍କ ଉପସ୍ଥିତିରେ ଏହି ସ୍ବାକ୍ଷରିତ କାର୍ଯ୍ୟକ୍ରମ ହୋଇଥିଲା। ଏହି ବ୍ୟବସ୍ଥା ପ୍ରଚଳନ ହେଲେ ଉତ୍ତମ ଓ ଶୃଙ୍ଖଳିତ ଯାନଚାଳକମାନେ ଲାଇସେନ୍ସ ପାଇବେ। ଏହାଦ୍ୱାରା ସଡ଼କ ଦୁର୍ଘଟଣା ହ୍ରାସ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ସଚିବ ଉଷା ପାଢ଼ୀ କହିଲେ, ଓଡ଼ିଶାର ୮୫ ପ୍ରତିଶତ ବ୍ୟକ୍ତି ସଡ଼କ ପରିବହନ ଉପରେ ନିର୍ଭର କରିଥାନ୍ତି। ସେମାନଙ୍କର ନିରାପତ୍ତା ଦାୟିତ୍ୱ ଡ୍ରାଇଭରଙ୍କ ଉପରେ ନ୍ୟସ୍ତ। ରାଜ୍ୟରେ ସ୍ବୟଂଚାଳିତ ଯାନଚାଳନା ପରୀକ୍ଷା ପଦ୍ଧତି କାର୍ଯ୍ୟକାରୀ ହେଲେ ଆମେ ଦକ୍ଷ ଯାନଚାଳକ ପାଇପାରିବା।

ବର୍ତ୍ତମାନ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଆବେଦନକାରୀଙ୍କୁ ମୋଟର ଯାନ ଇନ୍ସପେକ୍ଟରଙ୍କ ଉପସ୍ଥିତିରେ ପରୀକ୍ଷା ଦେବାକୁ ପଡ଼ୁଛି। କିନ୍ତୁ ସ୍ବୟଂଚାଳିତ ପରୀକ୍ଷା ପଦ୍ଧତି କାର୍ଯ୍ୟକାରୀ ହେଲେ ଯାନଚାଳନା ପରୀକ୍ଷା ସମୟରେ ଟ୍ରାକ୍‌ରେ ପ୍ରବେଶଠାରୁ ଆରମ୍ଭ କରି ଏହାର ସମସ୍ତ ପର୍ଯ୍ୟାୟ ଡିଜିଟାଲ ପଦ୍ଧତି ମାଧ୍ୟମରେ ନିର୍ଣ୍ଣୟ କରାଯିବ। ଟ୍ରାକ୍‌ରେ ଫିଟ୍‌ ହୋଇଥିବା ଡିଜିଟାଲ ଟେଷ୍ଟିଂ ସେନ୍ସରଗୁଡ଼ିକ ଏହା ଉପରେ ନଜର ରଖିବ ଏବଂ ଡ୍ରାଇଭରଙ୍କ ଦକ୍ଷତାକୁ ବିଚାର କରିବ। ପ୍ରଥମ ପର୍ଯ୍ୟାୟରେ ଅନୁଗୋଳ, ବାରିପଦା, ଭଦ୍ରକ, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼, ଫୁଲବାଣୀ, ରାଇରଙ୍ଗପୁର, ରାଉରକେଲା, ସୁନ୍ଦରଗଡ଼, ତାଳଚେର, କେନ୍ଦୁଝର, ମାଲକାନଗିରି, ନୂଆପଡ଼ା, ଭଞ୍ଜନଗର, ନବରଙ୍ଗପୁର ଏବଂ ସୋନପୁର ଆଦି ୧୯ଟି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ ଏହି ଡ୍ରାଇଭିଂ ପରୀକ୍ଷଣ ଟ୍ରାକ୍‌ ସ୍ଥାପନ କରାଯିବ। ଏହି ପ୍ରକଳ୍ପକୁ ୧୦ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା ନିମନ୍ତେ ବୁଝାମଣାପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri