ମଦ୍ୟପାନ କରି ଗାଡ଼ି ଚଳାଇଲେ…

ନିରାକାରପୁର,୨୪।୧:(ମାନସ ଚନ୍ଦ୍ର ପଟ୍ଟନାୟକ ),ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ଖବରଦାତା ସଙ୍ଘ, ଆଞ୍ଚଳିକ ପରିବହନ ବିଭାଗ ଭୁବନେଶ୍ୱର, ନିରାକାରପୁର କଲେଜର ଏନଏନଏସର ମିଳିତ ଆନୁକୂଲ୍ୟରେ ନିରାକାରପୁର କଲେଜଠାରେ ଏକ ସଡ଼କ ସୁରକ୍ଷା ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନିରାକାରପୁର କଲେଜ ଅଧ୍ୟକ୍ଷ ବ୍ରତତୀ ମିଶ୍ର, ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘର ସଭାପତି ପଦ୍ମନାଭ ବିଶ୍ୱାଳ, ଭୁବନେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ -୧ ବିକାଶ ଚୌଧୁରୀ, ଆଞ୍ଚଳିକ ପରିବହନ ଅଧିକାରୀ-ସନତ କୁମାର ଜେନା, ଖୋର୍ଦ୍ଧା ଆଞ୍ଚଳିକ ପରିବହନ ବିଭାଗର ଅତିରିକ୍ତ ଅଧିକାରୀ ଅରବିନ୍ଦ ନାୟକ, ଟ୍ରାଫିକ ସବଇନ୍ସପେକ୍ଟର ତୃପ୍ତିମୟୀ ଜେନା ପ୍ରମୁଖ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ। ପରେ କଲେଜ ଏନଏସଏସର ଛାତ୍ରୀଛାତ୍ର,ସ୍କାଉଟ ସମେତ ସମସ୍ତ ଛାତ୍ରଛାତ୍ରୀ ହାତରେ ଫ୍ଲାକାର୍ଡମାନ ଧରି ସଡ଼କ ସୁରକ୍ଷା ଜୀବନ ରକ୍ଷା, ହେଲମେଟ ପିନ୍ଧିବା, ମଦ୍ୟପାନ କରି ଗାଡି ଚଳାଇବା ନାହିଁ ଆଦି ସ୍ଲୋଗାନମାନ ଦେଇ ନୂଆ ଜଗନ୍ନାଥ ସଡ଼କ ଦେଇ ନିରାକାରପୁର ବଜାର ପରିକ୍ରମା କରିଥିଲେ। ଏପରିକି ରାସ୍ତାରେ ଯିବାବେଳେ ସଡ଼କ ଯାତ୍ରୀ ମାନଙ୍କୁ ମଧ୍ୟ ନିୟମ ଅନୁସାରେ ଗାଡ଼ି ଚଳାଇବା ନିମନ୍ତେ ସଚେତନ କରାଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଟାଙ୍ଗିବ୍ଲକ ସାମ୍ବାଦିକ ସଙ୍ଘର ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, ଉପସଭାପତି ମାନସ ଚନ୍ଦ୍ର ପଟ୍ଟନାୟକ ଓ ମନୋଜ ନାଇଡୁ ସାମ୍ବାଦିକ ଉମେଶ ଚନ୍ଦ୍ର ପଟ୍ଟନାୟକ, ଚନ୍ଦ୍ର ଶେଖର ଦାଶ, ରଜନୀକାନ୍ତ ମିଶ୍ର, ସନ୍ଦୀପନୀ ମିଶ୍ର, ବିକ୍ରମ କେଶରୀ ସାହୁ, ଶ୍ୟାମ ସୁନ୍ଦର ପଟ୍ଟନାୟକଙ୍କ ସମେତ ନିରାକାରପୁର କଲେଜ ଏନଏସଏସ ସଂଯୋଜକ ଡ଼ କୈବଲ୍ୟ ପତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ନିରାକାରପୁର ପୁଲିସ ପକ୍ଷରୁ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri