୯/୧୧ ଭଳି ରୁଷିଆ ଉପରେ ୟୁକ୍ରେନର ଭୟଙ୍କର ଡ୍ରୋନ୍‌ ମାଡ଼, ୩ ବିଲ୍ଡିଂ ଧ୍ୱଂସ

କିଭ୍‌/ମସ୍କୋ,୨୧ା୧୨: ରୁଷିଆର କଜାନ ସହରରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଠାକାର ତିନୋଟି ବଡ଼ ବିଲ୍ଡିଂରେ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଏହା ଆମେରିକାର ୯/୧୧ ଘଟଣା ପରି। ଏହି ଆକ୍ରମଣ ପାଇଁ ରୁଷିଆ ୟୁକ୍ରେନକୁ ଦାୟୀ କରିଛି। ଏହି ଡ୍ରୋନ୍‌ ଆକ୍ରମଣ ମସ୍କୋର ପ୍ରାୟ ୮୦୦ କିଲୋମିଟର ପୂର୍ବରେ ଅବସ୍ଥିତ କଜାନ ସହରର ଅନେକ ଆବାସିକ ଅଞ୍ଚଳକୁ ଟାର୍ଗେଟ କରିଛି। ସୋସିଆଲ ମିଡିଆରେ ଭିଡିଓଗୁଡ଼ିକ ଭାଇରାଲ ହେଉଛି।

ଏଥିରେ ଏକ ଡ୍ରୋନ୍‌ ବଡ଼ ବିଲ୍ଡିଂରେ ମାଡ଼ ହେଉଥିବାର ଦେଖିବାକୁ ମିଳିଛି। ପରେ ଏକ ବଡ଼ଧରଣର ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣ ପରେ କଜାନ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଏହି ଆକ୍ରମଣ ସମୟରେ କମ୍‌ଲିଭ ଆଭିଏନ୍ସ, କ୍ଲାରା ଜେଟକିନ, ୟୁକୋଜିନସ୍କାୟା, ହାଡି ଟାକ୍ଟାସ, କ୍ରାସନାୟା ପୋଜିଟିଆ ଏବଂ ଓରେନବର୍ଗସ୍କି ଟ୍ରାକ୍ଟ ରାସ୍ତାରେ ଥିବା ବିଲ୍ଡିଂଗୁଡ଼ିକୁ ଟାର୍ଗେଟ କରାଯାଇଥିଲା ବୋଲି ଏପିଏ ସୂଚନା ଦେଇଛି। ଗଣତନ୍ତ୍ର ମୁଖ୍ୟ ରୁସ୍ତମ ମିନ୍‌ନିକାନୋଭ କହିଛନ୍ତି, କଜାନର ଏକ ଆବାସିକ କୋଠା ଉପରେ ହୋଇଥିବା ଆକ୍ରମଣରେ ମୃତ୍ୟୁ କିମ୍ବା ଆହତ ଖବର କିଛି ମିଳିନାହିଁ।

ଆଗାମୀ ଦୁଇ ଦିନ ପାଇଁ କଜାନ ସହରରେ ସମସ୍ତ ପ୍ରମୁଖ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଛି। ରୁଷିଆର ଏହି ସହର ସବୁଠାରୁ ସୁରକ୍ଷିତ ସହର ଭାବରେ ପରିଗଣିତ ହୁଏ। ଏଠାରେ ନିକଟରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆକ୍ରମଣର ଗୋଟିଏ ଦିନ ପୂର୍ବରୁ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଥିଲା, ୟୁକ୍ରେନ ଫିକ୍ସଡ୍‌ ଓ୍ବିଙ୍ଗ ବ୍ୟବହାର କରି ରୁଷିଆରେ ଆତଙ୍କବାଦୀ ଆକ୍ରମଣକୁ ଖଣ୍ଡନ କରିଛି। ରୁଷିଆ କହିଛି, ବାୟୁସେନା ୧୯ଟି ୟୁକ୍ରେନ ଡ୍ରୋନ୍‌କୁ ଧ୍ୱଂସ କରିଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ଏହି ବିବୃତ୍ତି ପରେ କଜାନ ସହର ଉପରେ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri