ସୁଦାନର ରାଜଧାନୀ ଖାର୍ତୁମ ଉପରେ ଡ୍ରୋନ ଆକ୍ରମଣ: ୪୦ ମୃତ, ୩୬ରୁ ଅଧିକ ଆହତ…

ନୂଆଦିଲ୍ଲୀ,୧୧।୯ : ସୁଦାନରେ ସେନା ଏବଂ ପାରାମିଲିଟାରୀ ଫୋର୍ସ ଆରଏସଏଫ ମଧ୍ୟରେ ବିବାଦ ମଧ୍ୟରେ ରାଜଧାନୀ ଖାର୍ତୁମର ଏକ ବଜାରରେ ଡ୍ରୋନ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ୪୦ଜଣଙ୍କର ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ କର୍ମୀ କହିଛନ୍ତି ୩୬ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି।

ବର୍ତ୍ତମାନ ସମସ୍ତ ଆହତଙ୍କୁ ସୁଦାନର ବଶିର ବିଶ୍ୱବିଦ୍ୟାଳୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଡ୍ରୋନ ଆକ୍ରମଣ ପଛରେ କେଉଁ ଦଳର ହାତ ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଏପ୍ରିଲ ୧୫ ରେ ସୁଦାନରେ ଆରମ୍ଭ ହୋଇଥିବା ଗୃହଯୁଦ୍ଧ ପରଠାରୁ ଏହା ସର୍ବାଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ। ଏହି ଆକ୍ରମଣର ପରିସର ବର୍ତ୍ତମାନ ଆବାସିକ ଅଞ୍ଚଳ ଆଡକୁ ବୃଦ୍ଧି ପାଉଛି। ଶକ୍ତି ନିୟନ୍ତ୍ରଣ ପାଇଁ ସଂଗ୍ରାମ ଏପ୍ରିଲରୁ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ଚାଲିଆସୁଛି।

ଅଗଷ୍ଟ ପାଇଁ ଜାତିସଂଘର ଆକଳନ ଅନୁଯାୟୀ ସେନା ଏବଂ ଆରଏସଏଫ ମଧ୍ୟରେ ସଂଘର୍ଷରେ ୪,୦୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଗୃହଯୁଦ୍ଧ ବହୁ ସଂଖ୍ୟକ ଲୋକଙ୍କୁ ବିସ୍ଥାପିତ କରିବାକୁ ବାଧ୍ୟ କରିଛି। ହିଂସା ଯୋଗୁ ପ୍ରାୟ ୭୧ ଲକ୍ଷ ଲୋକ ଭିଟାମାଟି ଛାଡ଼ିଛନ୍ତି। ୧୧ ଲକ୍ଷ ଲୋକ ବିଦେଶୀ ଦେଶରେ ଆଶ୍ରୟ ନେଇଛନ୍ତି ଏବଂ ଲକ୍ଷ ଲକ୍ଷ ଲୋକ ଦେଶର ଅନ୍ୟ ସ୍ଥାନରେ ରହୁଛନ୍ତି।

ମିଳିତ ଜାତିସଂଘର ଶରଣାର୍ଥୀ ଏଜେନ୍ସି ଅନୁଯାୟୀ, ଏପ୍ରିଲରୁ ଆରମ୍ଭ ହୋଇଥିବା ଗୃହଯୁଦ୍ଧ ଯୋଗୁଁ ସୁଦାନର ଅବସ୍ଥା ବିଗିଡି ଯାଇଛି। ଏପ୍ରିଲରୁ ଶରଣାର୍ଥୀଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ଏହି ସଂଖ୍ୟା ୭.୧ ମିଲିୟନରେ ପହଞ୍ଚିଛି। ୧.୧ ମିଲିୟନ ଶରଣାର୍ଥୀ ପଡୋଶୀ ଦେଶରେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri