ଭୁଲ ବଶତଃ ଗାଁ ଉପରେ ଡ୍ରୋନ ଆଟାକ, ୮୦ରୁ ଅଧିକ ମୃତ, ୬୦ରୁ ଅଧିକ ଆହତ

ଅବୁଜା,୫।୧୨: ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗ୍ରାମରେ ଭୁଲରେ ସେନା ଡ୍ରୋନ ଆକ୍ରମଣରେ ମୁସଲମାନ ପର୍ବ ପାଳନ କରୁଥିବା ଡଜନେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ନାଇଜେରିଆର ସ୍ଥାନୀୟ ଅଧିକାରୀଙ୍କ ସମେତ ସେନା ସହ ଜଡିତ ଲୋକମାନେ ସୂଚନା ଦେଇଛନ୍ତି ଯେ ରବିବାର ଉତ୍ତର-ପଶ୍ଚିମ ନାଇଜେରିଆର ଏକ ଗାଁ ରେ ହଠାତ୍‌ ଡ୍ରୋନ ଦ୍ୱାରା ଆକ୍ରମଣ କରାଯାଇଥିଲା।

ଗତ ରବିବାର କଡୁନା ରାଜ୍ୟର ତୁଦୁନ ବିରି ଗ୍ରାମରେ ହୋଇଥିବା ଆକ୍ରମଣରେ ମୃତକଙ୍କ ସଂଖ୍ୟା ସମ୍ପର୍କରେ ନାଇଜେରିଆ ସେନା ଜଣାଇ ନାହାଁନ୍ତି, କିନ୍ତୁ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ଏଥିରେ ବହୁ ଲୋକ ଆହତ ହୋଇଛନ୍ତି। ଏହା ଉପରେ ସ୍ଥାନୀୟ ଅଧିକାରୀମାନେ ମଧ୍ୟ ମତ୍ୟୁର ସଂଖ୍ୟା ନିଶ୍ଚିତ କରିଛନ୍ତି। ଆତଙ୍କବାଦୀ ଏବଂ ମିଲିସିଆ ଡକାୟତମାନଙ୍କୁ ଟାର୍ଗେଟ କରି ସାମରିକ ଡ୍ରୋନ ଷ୍ଟ୍ରାଇକ ପରେ କଡ୍ଡୁନା ରାଜ୍ୟପାଳ ଉବା ସାନି ତଦନ୍ତ ନିର୍ଦ୍ଦେଶ ଦେଇ କହିଛନ୍ତି ଆତଙ୍କବାଦୀ ଓ ମିଲିସିଆ ଡକାୟତଙ୍କୁ ଟାର୍ଗେଟ କରି ଏକ ସେନା ଡ୍ରୋନ ଦ୍ୱାରା ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ପରେ ମାଲୁଦ ପାଳନ କରୁଥିବା ମୁସଲମାନ ଶ୍ରଦ୍ଧାଳୁଙ୍କର ଭୁଲ ବଶତଃ ମୃତ୍ୟୁ ହୋଇଛି ଓ ଅନେକେ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri