ଇରାନରେ ଡ୍ରୋନ ଆକ୍ରମଣ: ଇସ୍ରାଏଲ ଉପରେ ସନ୍ଦେହ…

ତେହେରାନ,୩୦।୧ : ଇରାନର ଏକ ଅସ୍ତ୍ରଶସ୍ତ୍ର କାରଖାନା ଉପରେ ଡ୍ରୋନ ଆକ୍ରମଣ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଜାରି ରହିଛି। ଇରାନର ଇସ୍ଫାହାନ ସହରରେ ଅବସ୍ଥିତ ଏକ କାରଖାନା ଉପରେ ଏହି ଆକ୍ରମଣ ହୋଇଥିଲା। ବର୍ତ୍ତମାନ ଖବର ଆସୁଛି ଯେ ଏହି ଆକ୍ରମଣରେ ଇସ୍ରାଏଲର ହାତ ଅଛି। ଇସ୍ରାଏଲ ସେନାର ମୁଖପାତ୍ର ଏ ସମ୍ପର୍କରେ କୌଣସି ବିବୃତ୍ତି ଦେଇନାହାଁନ୍ତି।

ଏଥି ସହିତ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଆମେରିକାର ପ୍ରତିରକ୍ଷା ସୂତ୍ରରୁ ପ୍ରକାଶ ଯେ ଇରାନରେ ହୋଇଥିବା ଆକ୍ରମଣ ପଛରେ ଇସ୍ରାଏଲ ରହିଥିବା ସନ୍ଦେହ ରହିଛି। ପେଣ୍ଟାଗନ ମୁଖପାତ୍ର ବ୍ରିଗେଡିୟର୍‌ ଜେନେରାଲ ପାଟ୍ରିକ ରାଇଜର ଦାବି କରିଛନ୍ତି ଯେ ଇରାନ ଉପରେ ହୋଇଥିବା ଆକ୍ରମଣରେ ଆମେରିକାର ସୈନ୍ୟ ସମ୍ପୃକ୍ତ ନୁହଁନ୍ତି।

ଇରାନ ମଧ୍ୟ କୌଣସି ଦେଶର ନାମ ଦେଇନାହିଁ ଏବଂ ଅସ୍ତ୍ରଶସ୍ତ୍ର କାରଖାନା ଉପରେ ଡ୍ରୋନ ଆକ୍ରମଣକୁ ଭୟଭୀତ ଏବଂ ଇରାନରେ ଅସୁରକ୍ଷିତତା ସୃଷ୍ଟି କରିବାର ପ୍ରୟାସ ବୋଲି ବର୍ଣ୍ଣନା କରିଛି। ତେବେ ଏହି ଆକ୍ରମଣ ପଛରେ ଇସ୍ରାଏଲର ହାତ ଥିବା ଇରାନ ନେତା ହୁସେନ ମିର୍ଜେ କହିଛନ୍ତି। ପରମାଣୁ କାର୍ଯ୍ୟକ୍ରମକୁ ନେଇ ଇରାନ ଏବଂ ପାଶ୍ଚାତ୍ୟ ଦେଶ ମଧ୍ୟରେ କଳହ ଲାଗିଥିବା ବେଳେ ଏହି ଆକ୍ରମଣ ଘଟିଛି। ଏଥିସହ ପାଶ୍ଚାତ୍ୟ ଦେଶଗୁଡିକ ଅଭିଯୋଗ କରିଛନ୍ତି ଯେ ଇରାନ ଦୀର୍ଘ ଦୂରଗାମୀ ଡ୍ରୋନ ଆକ୍ରମଣରେ ରୁଷିଆ ଯୋଗାଉଛି।

ଅସ୍ତ୍ରଶସ୍ତ୍ର କାରଖାନା ଉପରେ ଡ୍ରୋନ ଆକ୍ରମଣରେ କେହି ଆହତ ହୋଇନାହାଁନ୍ତି, କିନ୍ତୁ ଏହି ଆକ୍ରମଣରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଉଦ୍ୟମ ଜାରି ରହିଛି। ଇରାନ ଏହା ମଧ୍ୟ କହିଛି ଯେ ଏଭଳି ଆକ୍ରମଣ ଏହାର ଶାନ୍ତିପୂର୍ଣ୍ଣ ଆଣବିକ କାର୍ଯ୍ୟକ୍ରମର ଅଗ୍ରଗତିକୁ ରୋକିପାରିବ ନାହିଁ। ଇସ୍ରାଏଲରେ ବେଞ୍ଜାମିନ ନେତାନ୍ୟାହୁ କ୍ଷମତାକୁ ଆସିବା ପରେ ଏହା ଇରାନ ଉପରେ ଇସ୍ରାଏଲର ପ୍ରଥମ ଆକ୍ରମଣ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?