ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ- ପାକ୍‌ ଉତ୍ତେଜନା ପରିପ୍ରେକ୍ଷୀରେ ଦେଶ ସାରା ସମ୍ବେଦନଶୀଳ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ହେଲେ ଶୁକ୍ରବାର ଅପରାହ୍ନରେ ବଙ୍ଗୋପସାଗର କୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନିତି ଗୋଚ୍ଛାୟତପଡ଼ାର ମତ୍ସ୍ୟଜୀବୀ ଶ୍ରୀମନ୍ତ ଗୋଚ୍ଛାୟତ(୪୦) ସମୁଦ୍ରରେ ଜାଲ ବସାଇ ମାଛ ଧରିବା ବେଳେ ହଠାତ ଏକ ଅଜଣା ଡ୍ରୋନ୍‌ ପଡ଼ିଥିଲା। ଏ ନେଇ ଶ୍ରୀମନ୍ତ ସ୍ଥାନୀୟ ମତ୍ସ୍ୟଜୀବୀ ଓ ଗ୍ରାମବାସୀଙ୍କୁ ଜଣାଇଥିଲେ। ଖବରପାଇ ତନ୍ତିଆପାଳ ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଏହି ଡ୍ରୋନ୍‌କୁ ଜବତ କରିଛି। ତେବେ ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ହେଲେ କୌଣସି ଭୟ ନ କରିବାକୁ ପୋଲିସ ପକ୍ଷରୁ ଅପିଲ କରାଯାଇଛି। ଖବରପାଇ ସୁନିତି ପଞ୍ଚାୟତ ପୂର୍ବତନ ସରପଞ୍ଚ ଗଗନ ପ୍ରଧାନ, ମନୋଜ କୁମାର ପାତ୍ରଙ୍କ ସମେତ ଗ୍ରାମର ଲୋକଙ୍କ ସହ ଆଲୋଚନା କରିଛନ୍ତି। ଅପରପକ୍ଷରେ ଏହି ଅଞ୍ଚଳ ଉଭୟପାର୍ଶ୍ୱର ଉତ୍ତରରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ରହିଛି। ସେହିପରି ଦକ୍ଷିଣରେ ପାରାଦୀପ ବୃହତ ବନ୍ଦର ଓ ବୃହତ ଶିଳ୍ପାଞ୍ଚଳ ରହିଛି। ସେଥିପାଇଁ ସ୍ଥାନୀୟ ଲୋକ ଆଶା ଓ ଆଶଙ୍କାରେ ରହିଛନ୍ତି। ଏ ସଂକ୍ରାନ୍ତରେ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧିକାରୀ କିଶୋର ତରାଇଙ୍କୁ ପଚାରିବାରେ ଏକ ତାଲିମ ପାଇଁ ଭୁବନେଶ୍ୱରରେ ଅଛନ୍ତି। ଖବର ମିଳିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?