ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍‌: ଫଟୋ, ଭିଡିଓ ଭାଇରାଲ

ସମ୍ବଲପୁର,୨୯ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ହୀରାକୁଦ ଜଳଭଣ୍ଡାର ନିଷିଦ୍ଧାଞ୍ଚଳରେ ଉଡ଼ିଛି ଡ୍ରୋନ କ୍ୟାମେରା। ସମ୍ପୂର୍ଣ୍ଣ ଜଳଭଣ୍ଡାର, ଲିଫ୍ଟ ଅପରେଶନ ଗ୍ୟାଲେରି ଆଦିର ଭିତର ଫଟୋ ଓ ଭାଇରାଲ ହୋଇଛି। ହୀରାକୁଦ ଜଳଭଣ୍ଡାରର ଅତିରିକ୍ତ ବନ୍ୟାଜଳ ନିଷ୍କାସନ ବେଳେ ନିଷିଦ୍ଧାଞ୍ଚଳକୁ କୌଣସି ବାହାର ଲୋକ ଏପରିକି ଗଣମାଧ୍ୟମର ପ୍ରବେଶକୁ ମ ବାରଣ କରାଯାଇଛି। ଏପରିସ୍ଥଳେ ଏହି ସମୟର ଫଟୋ ଓ ଭିଡିଓ ଭାଇରାଲ ଘଟଣା ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ାଇ ଦେଇଛି।

ଜଳଭଣ୍ଡାରର ବନ୍ୟାଜଳ ନିଷ୍କାସନ ପାଇଁ ସମସ୍ତ ପ୍ରକାର କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଇଜିଙ୍କଠାରୁ ଆରମ୍ଭ କରି ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ସ୍ଲୁଇସ୍‌ ଗେଟ୍‌ଗୁଡ଼ିକ ଖୋଲାଯାଇଥିଲା। ଏଭଳି ସମୟରେ ଡ୍ରୋନ୍‌ ମାଧ୍ୟମରେ ଜଳଭଣ୍ଡାରର ସମ୍ବେଦନଶୀଳ ଅଞ୍ଚଳର ଫଟୋ ବା ଭିଡିଓ ଭାଇରାଲରେ ସୀମିତ ନ ଥିଲା। ବରଂ ଅପରେଶନ ଗ୍ୟାଲେରି ଭିତରେ ଲିଫ୍ଟ କ୍ରେନ୍‌ରେ ଜଣେ ବ୍ୟକ୍ତି ଫଟୋ ଉଠାଇ ସାମାଜିକ ଗଣମାଧ୍ୟମରେ ଅପଲୋଡ୍‌ କରିଛନ୍ତି। ଯାହା ହୀରାକୁଦ ଜଳଭଣ୍ଡାର ଭଳି ଏକ ସମ୍ବେଦନଶୀଳ ଅଞ୍ଚଳର ସମସ୍ତ ସୁରକ୍ଷା ବ୍ୟବସ୍ଥାର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା ବେଳେ ଏଥିପାଇଁ ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ଅବହେଳା ଓ ଢିଲା ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି।

ଏହାକୁ ନେଇ ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ଏ ସମ୍ପର୍କରେ ତାଙ୍କୁ ବିଭିନ୍ନ ମାଧ୍ୟମରୁ ଖବର ମିଳିଛି। ରବିବାର ସ୍ଲୁଇସ୍‌ ଗେଟ୍‌ ଦେଇ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ସମୟରେ କୌଣସି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳି ନ ଥିଲା। ତେଣୁ ଏହି ଭିଡ଼ିଓ ଓ ଫଟୋ ରବିବାର ଜଳଭଣ୍ଡାର ଜଳ ନିଷ୍କାସନ ପ୍ରକ୍ରିୟା ସମୟର ବା ଅନ୍ୟ କୌଣସି ସମୟର ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ମାତ୍ର ଯେକୌଣସି ସମୟରେ ହେଲେ ମଧ୍ୟ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ ଉଡ଼ିବା ଓ ଏହାର ଫଟୋ ବା ଭିଡିଓ ଭାଇରାଲ କରିବା ଆଇନସମ୍ମତ ନୁହେଁ। ଏହା ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ବୋଲି ଧରାଯାଇପାରେ। ତେବେ ଘଟଣାର ବିଧିବଦ୍ଧ ଯାଞ୍ଚ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri