ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍‌: ଫଟୋ, ଭିଡିଓ ଭାଇରାଲ

ସମ୍ବଲପୁର,୨୯ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ହୀରାକୁଦ ଜଳଭଣ୍ଡାର ନିଷିଦ୍ଧାଞ୍ଚଳରେ ଉଡ଼ିଛି ଡ୍ରୋନ କ୍ୟାମେରା। ସମ୍ପୂର୍ଣ୍ଣ ଜଳଭଣ୍ଡାର, ଲିଫ୍ଟ ଅପରେଶନ ଗ୍ୟାଲେରି ଆଦିର ଭିତର ଫଟୋ ଓ ଭାଇରାଲ ହୋଇଛି। ହୀରାକୁଦ ଜଳଭଣ୍ଡାରର ଅତିରିକ୍ତ ବନ୍ୟାଜଳ ନିଷ୍କାସନ ବେଳେ ନିଷିଦ୍ଧାଞ୍ଚଳକୁ କୌଣସି ବାହାର ଲୋକ ଏପରିକି ଗଣମାଧ୍ୟମର ପ୍ରବେଶକୁ ମ ବାରଣ କରାଯାଇଛି। ଏପରିସ୍ଥଳେ ଏହି ସମୟର ଫଟୋ ଓ ଭିଡିଓ ଭାଇରାଲ ଘଟଣା ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ାଇ ଦେଇଛି।

ଜଳଭଣ୍ଡାରର ବନ୍ୟାଜଳ ନିଷ୍କାସନ ପାଇଁ ସମସ୍ତ ପ୍ରକାର କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଇଜିଙ୍କଠାରୁ ଆରମ୍ଭ କରି ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ସ୍ଲୁଇସ୍‌ ଗେଟ୍‌ଗୁଡ଼ିକ ଖୋଲାଯାଇଥିଲା। ଏଭଳି ସମୟରେ ଡ୍ରୋନ୍‌ ମାଧ୍ୟମରେ ଜଳଭଣ୍ଡାରର ସମ୍ବେଦନଶୀଳ ଅଞ୍ଚଳର ଫଟୋ ବା ଭିଡିଓ ଭାଇରାଲରେ ସୀମିତ ନ ଥିଲା। ବରଂ ଅପରେଶନ ଗ୍ୟାଲେରି ଭିତରେ ଲିଫ୍ଟ କ୍ରେନ୍‌ରେ ଜଣେ ବ୍ୟକ୍ତି ଫଟୋ ଉଠାଇ ସାମାଜିକ ଗଣମାଧ୍ୟମରେ ଅପଲୋଡ୍‌ କରିଛନ୍ତି। ଯାହା ହୀରାକୁଦ ଜଳଭଣ୍ଡାର ଭଳି ଏକ ସମ୍ବେଦନଶୀଳ ଅଞ୍ଚଳର ସମସ୍ତ ସୁରକ୍ଷା ବ୍ୟବସ୍ଥାର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା ବେଳେ ଏଥିପାଇଁ ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ଅବହେଳା ଓ ଢିଲା ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି।

ଏହାକୁ ନେଇ ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ଏ ସମ୍ପର୍କରେ ତାଙ୍କୁ ବିଭିନ୍ନ ମାଧ୍ୟମରୁ ଖବର ମିଳିଛି। ରବିବାର ସ୍ଲୁଇସ୍‌ ଗେଟ୍‌ ଦେଇ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ସମୟରେ କୌଣସି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳି ନ ଥିଲା। ତେଣୁ ଏହି ଭିଡ଼ିଓ ଓ ଫଟୋ ରବିବାର ଜଳଭଣ୍ଡାର ଜଳ ନିଷ୍କାସନ ପ୍ରକ୍ରିୟା ସମୟର ବା ଅନ୍ୟ କୌଣସି ସମୟର ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ମାତ୍ର ଯେକୌଣସି ସମୟରେ ହେଲେ ମଧ୍ୟ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ ଉଡ଼ିବା ଓ ଏହାର ଫଟୋ ବା ଭିଡିଓ ଭାଇରାଲ କରିବା ଆଇନସମ୍ମତ ନୁହେଁ। ଏହା ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ବୋଲି ଧରାଯାଇପାରେ। ତେବେ ଘଟଣାର ବିଧିବଦ୍ଧ ଯାଞ୍ଚ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri