ପୁରୀ ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍, ସୁରକ୍ଷା ବ୍ୟବସ୍ଥାରେ ଗମ୍ଭୀର ପ୍ରଶ୍ନଚିହ୍ନ

ପୁରୀ, ୧୨/୯: ନିଷିଦ୍ଧ ଉଡ଼ାନ ଅଞ୍ଚଳ ଘୋଷିତ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଉପରେ ଗୁରୁବାର ସନ୍ଧ୍ୟାକାଳୀନରେ ଆଉ ଏକ ଡ୍ରୋନ୍ ଉଡ଼ିବା ଦେଖାଯାଇଛି। ଯାହା ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏହା ଗମ୍ଭୀର ଚିନ୍ତାର ବିଷୟ ହୋଇଛି।

ସୂଚନା ମୁତାବକୁ ଦେଖିବାକୁ ମିଳିଥିଲା ଯେ, ବାଲିସାହି ପଟୁରୁ ଆସି ଡ୍ରୋନ୍‌ଟି ମନ୍ଦିର ଆଖପାଖରେ ଘୂରିବା ପରେ ସମସ୍ତଙ୍କ ଆଗରୁ ଅଦୃଶ୍ୟ ହୋଇଯାଇଥିଲା। ଏହାର ଭିଡିଓ ସାମାଜିକ ମାଧ୍ୟମରେ ଭାଇରାଲ୍ ହୋଇଯାଇଛି, ଯାହା ମନ୍ଦିରର ସୁରକ୍ଷାକୁ ନେଇ ଅଧିକ ଚିନ୍ତା ସୃଷ୍ଟି କରିଛି।

ସୁରକ୍ଷା ଦିଗକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ଉପରେ ନିଷିଦ୍ଧ ଉଡ଼ାନ ଅଞ୍ଚଳ ଘୋଷଣା କରାଯାଇଛି। କିନ୍ତୁ ଏଭଳି ଘଟଣା ବାରମ୍ବାର ଘଟିବା ସ୍ଥାନୀୟ ଲୋକମାନଙ୍କୁ ଚିନ୍ତିତ କରିଛି। କିଛିଦିନ ତଳେ କେହି ଜଣେ ଗୋପନୀୟ କ୍ୟାମେରାରେ ଶ୍ରୀମନ୍ଦିରର ଆଭ୍ୟନ୍ତରୀଣ ଭାଗର ଫଟୋ ଓ ଭିଡିଓ ଉଠାଇବା ଘଟଣାର କିଛି ଘଣ୍ଟା ପରେ ଘଟିଥିବାରୁ ଭକ୍ତମାନେ ଓ ପୁରୀର ସ୍ଥାନୀୟ ବାସିନ୍ଦାମାନେ ଗମ୍ଭୀର ଅସୁରକ୍ଷିତ ଅବସ୍ଥା ପ୍ରକାଶ କରିଛନ୍ତି। ସେମାନେ ପୋଲିସଙ୍କୁ ଡ୍ରୋନ୍‌ଟିକୁ ଖୋଜିବାକୁ, ଜବତ କରିବାକୁ ଏବଂ ଅବୈଧ କାର୍ଯ୍ୟରେ ଜଡିତ ବ୍ୟକ୍ତିମାନଙ୍କୁ ଧରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri