Posted inଜାତୀୟ

ଗଣତନ୍ତ୍ର ଦିବସରେ ସାମିଲ ହେବ ମଣିଷକୁ ନେଇ ଉଡୁଥିବା ଡ୍ରୋନ୍‌

ନୂଆଦିଲ୍ଲୀ,୨୪ ।୧: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଏମିତି ଦିନ ଥିଲା ଯେତେବେଳେ ଆମେ ମିଶାଇଲ ଓ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଓ ଫ୍ରାନ୍ସ ଉପରେ ନିର୍ଭର କରୁଥିଲେ, ହେଲେ ଆଜି ଆମ ଦେଶରେ ବଡ ବଡ ଯୁଦ୍ଧ ପୋତ ଓ ବୁଡା ଜାହାଜ ନିର୍ମାଣ କରାଯାଉଛି । ଏହାସହ ଦେଶର ଯୁବକ ଷ୍ଟାଟଅପ ମାଧ୍ୟମରେ ଏମିତି ଆଧୁନିକ ଅସ୍ତ୍ର ଓ ଡ୍ରୋନ୍ ତିଆରି କରୁଛନ୍ତି, ଯାହାର କଳ୍ପନା ପୂର୍ବରୁ କେହି କେବେ କରି ନ ଥିଲେ । ହେଲେ ଏବେ ଏହାକୁ ବାସ୍ତବ କରି ଦେଖାଇଛି ସାଗର ଡିଫେନ୍ସ ଇଞ୍ଜିନିୟରିଂ । ଏହା ଏବେ ଡିଆରଡିଓ ସହ ମିଶି ପ୍ରତିରକ୍ଷା କ୍ଷେତ୍ର ପାଇଁ ଦ୍ରୁତ ଗତିରେ କାମ କରୁଛି ।

ସାଗର ଡିଫେଡ୍ସ ଇଞ୍ଜିନିୟରିଂ ଏମିତି ଏକ ଡ୍ରୋନ ତିଆରି କରିଛି ଯେଉଁଥିରେ ମଣିଷ ବସି ଉଡିପାରିବ । ଏହି ଡ୍ରୋନର ନାମ ‘ବରୁଣ’ ରଖାଯାଇଛି । ଆସନ୍ତା ୨୬ ତାରିଖ ଅର୍ଥାତ୍ ଗଣତନ୍ତ୍ର ଦିବସ ସମାରୋହରେ ଏହି ଡ୍ରୋନର ଶକ୍ତି ଦିଲ୍ଲୀର କର୍ତ୍ତବ୍ୟପଥରେ ହେବାକୁ ଯାଉଥିବା ପରେଡରେ ପ୍ରଦର୍ଶନ କରାଯିବ । ଏହି ଡ୍ରୋନର ବିଶେଷତ୍ୱ ହେଉଛି ଏହା ମଣିଷକୁ ନେଇ ଉଡୁଥିବା ଭାରତର ପ୍ରଥମ ଡ୍ରୋନ୍‌, ଯେଉଁଥିରେ କୌଣସି ପାଇଲଟ ଅବା ଏକ୍ସପର୍ଟଙ୍କର ଆବଶ୍ୟକତା ନାହିଁ । ଏହି ଡ୍ରୋନର ଟ୍ରାଏଲ ୧୮ ଜୁଲାଇ ୨୦୨୨ରେ କରାଯାଇଥିଲା । ଏହି ଟ୍ରାଏଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri